୩୦ ଦିନ ମଧ୍ୟରେ ପତନ ହେବ ଟ୍ରମ୍ପଙ୍କ ସରକାର, ଆସିଲା ବଡ଼ ଭବିଷ୍ୟବାଣୀ, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୬।୨: ଜାନୁଆରୀ ୨୦ ତାରିଖରେ ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେଇଥିଲେ। ଏହା ପରେ ସେ ଅନେକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଚନ୍ତି, ଯାହାର ପ୍ରଭାବ କେବଳ ଆମେରିକାରେ ନୁହେଁ ବରଂ ଭାରତ ସମେତ ସମଗ୍ର ବିଶ୍ୱରେ ଦେଖାଯାଇଛି। ଏହି ନିଷ୍ପତ୍ତିଗୁଡ଼ିକରେ ଶୁଳ୍କ, ଅବୈଧ ପ୍ରବାସୀ, ଗ୍ରୀନଲ୍ୟାଣ୍ଡ ଦଖଲ ଏବଂ ଅନ୍ୟାନ୍ୟ ଅନେକ ନିଷ୍ପତ୍ତି ଅନ୍ତର୍ଭୁକ୍ତ ।

ଡୋନାଲ୍ଡ ଟ୍ରମ୍ପ ତାଙ୍କ ନିର୍ବାଚନ ପ୍ରଚାର ସମୟରେ ଦେଇଥିବା ଅନେକ ପ୍ରତିଶ୍ରୁତି ପୂରଣ କରିବା ପାଇଁ ନିର୍ଣ୍ଣାୟକ ପଦକ୍ଷେପ ନେଇଥିଲେ। ତଥାପି, ତାଙ୍କର ଅନେକ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ସମୟରେ, ଡେମୋକ୍ରାଟିକ ରଣନୀତିଜ୍ଞ ଜେମ୍ସ କାର୍ଭିଲ ଏକ ବଡ଼ ଦାବି କରିଛନ୍ତି।

ଆମେରିକା ଡେମୋକ୍ରାଟିକ ପାର୍ଟିର ଜଣେ ବରିଷ୍ଠ ରଣନୀତିଜ୍ଞ ଜେମ୍ସ କାର୍ଭିଲ କହିଛନ୍ତି, ମୁଁ ବିଶ୍ୱାସ କରେ ଏହି ପ୍ରଶାସନ ୩୦ ଦିନରୁ କମ୍‌ ସମୟ ମଧ୍ୟରେ ପତନ ହୋଇପାରେ। ଦେଶର ଲୋକମାନେ ଟ୍ରମ୍ପ ପ୍ରଶାସନରେ ବିରକ୍ତ। ସେ ଦାବି କରିଛନ୍ତି, ଟ୍ରମ୍ପଙ୍କ ଅନେକ ନିଷ୍ପତ୍ତି ଜନସାଧାରଣଙ୍କ ଅସନ୍ତୋଷକୁ ବୃଦ୍ଧି କରିଛି। କାର୍ଭିଲ ବିଶେଷ ଭାବରେ ଟ୍ରମ୍ପ ପ୍ରଶାସନର ପ୍ରବାସୀ କଟକଣା ଏବଂ ଟ୍ରାନ୍ସଜେଣ୍ଡର ଅଧିକାର ଉପରେ କାର୍ଯ୍ୟାନୁଷ୍ଠାନକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଏହି ନିଷ୍ପତ୍ତିଗୁଡ଼ିକ ଜନସାଧାରଣଙ୍କ ଚିନ୍ତାକୁ ବୃଦ୍ଧି କରିଛି ଏବଂ ଏହାର ପ୍ରଭାବ ସାରା ଦେଶରେ ଦୃଶ୍ୟମାନ ହେଉଛି। ଏହା ସହିତ, ଏଲନ ମସ୍କଙ୍କୁ ପ୍ରଶାସନର ଅଂଶ କରିବାର ନିଷ୍ପତ୍ତି ପରେ, ଅନେକ ଲୋକଙ୍କ ଚାକିରି ବିପଦରେ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri