ଆମେରିକା ନିର୍ବାଚନ: ଆସିଲା ଟ୍ରେଣ୍ଡ, ଜଣାପଡିଲା କିଏ ଆଗରେ…

ଓ୍ବାଶିଂଟନ୍‌,୫।୧୧: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଗୋଟିଏ ପଟେ ଡେମୋକ୍ରାଟିକ ପାର୍ଟିର କମଲା ହାରିସ ଥିବାବେଳେ ଅନ୍ୟପଟେ ଅଛନ୍ତି ରିପ୍ଲବିକାନର ଡୋନାଲ୍ଡ ଟ୍ରମ୍ପ ରହିଛନ୍ତି। ଦେଶର ବିଭିନ୍ନ ପୁଲିଂ ବୁଥରେ ଭୋଟିଂ ଚାଲିଥିବା ବେଳେ ଏମିତି ଏକ ସହର ରହିଛି, ଯାହାର ନିର୍ବାଚନ ରେଜଲ୍ଟ ସାମ୍ନାକୁ ଆସିଛି।

ଆମେରିକାର ଡିକ୍ସଭିଲ ନଚ୍ର ଭୋଟରମାନେ ମତାଧିକାର ସାବ୍ୟସ୍ତ କରି ସାରିଛନ୍ତି। ଭୋଟ ଦେଇ ହ୍ବାଇଟ ହାଉସକୁ କାହାକୁ ପଠାଇବାକୁ ଚାହୁଁଛନ୍ତି, ତା’ର ନିଷ୍ପତ୍ତି ନେଇ ସାରିଛନ୍ତି।

ଉତ୍ତର-ପୂର୍ବ ରାଜ୍ୟ ନ୍ୟୁ ହାମ୍ପଶାୟରର ଅତ୍ୟନ୍ତ ଛୋଟ ଅଞ୍ଚଳ ହେଉଛି ଡିକ୍ସଭିଲ ନଚ। ଏଠାରେ କମଲା ହାରିସ ଓ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଟାଇ ହୋଇଛି। ଅର୍ଥାତ ଉଭୟ ତିନୋଟି ଲେଖାଏ ବାଲଟ ପାଇଛନ୍ତି। ଡିକ୍ସଭିଲ ନଚ ବାସିନ୍ଦାମାନେ ୨୦୨୦ରେ ତତ୍କାଳୀନ ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇଡେନଙ୍କୁ ସର୍ବସମ୍ମତି କ୍ରମେ ଭୋଟ ଦେଇଥିଲେ। ଜାନୁଆରୀରେ ରିପବ୍ଲିକାନ ପ୍ରାର୍ଥୀ ନିକ୍କି ହାଲିଙ୍କୁ ଡିକ୍ସଭିଲ ନଚ ଭୋଟରମାନେ ଏକତରଫା ସମର୍ଥନ ଦେଇଥିଲେ। ତେବେ ସେ ରାଷ୍ଟ୍ରପତି ରେସ୍‌ରୁ ଓହରି ଯାଇଥିଲେ। ଲାଗୁଥିଲା ଟ୍ରମ୍ପ ଏଠାରେ ପୁଣି ସମର୍ଥନ ପାଇବେ। କିନ୍ତୁ ଏଠାରେ ସ୍ଥିତି ସମାନ ରହିଛି। ଉଭୟ ହାରିସ ଓ ଟ୍ରମ୍ପ ୩ଟି ଲେଖାଏ ବାଲଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri