ଆମେରିକା ନିର୍ବାଚନ: ମ୍ୟାଜିକ ନମ୍ବର ମୁହାଁ ଏହି ନେତା, ଆରମ୍ଭରୁ କଲେଣି ଝଡ

ଓ୍ବାଶିଂଟନ୍‌,୬।୧୧: ହ୍ବାଇଟ ହାଉସ୍‌ ଲଢ଼େଇରେ କିଏ ବାଜି ମାରିବ ? କିଏ ଜିତିବ ସୁପର ପାଓ୍ବାରର ବସ୍‌ ଅଫ୍‌ ସୁପର ପାଓ୍ବାରର ରେସ ? ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ବର ନଜର । ଗୋଟିଏପଟେ କିଛି ଅଞ୍ଚଳରେ ଏବେବି ନିର୍ବାଚନ ଜାରି ରହିଥିବା ବେଳେ ଅନ୍ୟପଟେ ଭୋଟ ଗଣତି ଆରମ୍ଭ ହୋଇଗଲାଣି । ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ କମଲା ହାରିସଙ୍କୁ ପଛରେ ପକାଇ ଦେଇଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ୨୭୦ ମ୍ୟାଜିକ ନମ୍ବର ନିକଟତର ହେଉଛି ରିପବ୍ଲିକାନ ପାର୍ଟି । ଡୋନାଲ୍ଡ ଟ୍ରମ୍ପ ୧୯୮ ଇଲେକ୍ଟ୍ରୋରାଲ କଲେଜ ସହ ଆଗରେ ରହିଥିବାବେଳେ କମଲା ହାରିସ ମାତ୍ର ୧୦୯ ଆସନରେ ଆଗରେ ରହିଛନ୍ତି ।

ଭୋଟ ଗଣତିର ପ୍ରାରମ୍ଭିକ ସୂଚନା ଅନୁଯାୟୀ, ରିବପ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଟେକ୍ସାସ ସହ ୪ଟି ଷ୍ଟେଟରେ ବିଜୟୀ ହୋଇଛନ୍ତି । ସେହିପରି ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସ ନ୍ୟୁୟର୍କରେ ବିଜୟୀ ହୋଇଛନ୍ତି । ଆମେରିକାରେ ମୋଟ ୧୬କୋଟି ଭୋଟର ନିଜର ମତାଧିକାର ସାବ୍ୟସ୍ତ କରୁଛନ୍ତି । ଏଥିରୁ ୮ କୋଟି ଭୋଟର ପୂର୍ବରୁ ନିଜର ମତଦାନ କରିସାରିଛନ୍ତି । ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ୭ ସ୍ବିଙ୍ଗ ଷ୍ଟେଟ ଦେଶ ଗୁରୁତ୍ୱ ରଖୁଛି । ଏଥିରେ ରହିଛି ପେନସିଲଭାନିଆ, ଆରିଜୋନା, ଜର୍ଜିଆ, ମିଶିଗାନ, ନେଭାଡା, ନର୍ଥ କାରୋଲିନା, ୱିସକନସିନର । ଏହି ପର୍ପଲ ଷ୍ଟେଟରେ ଯିଏ ବାଜି ମାରିବ ସେ ହେବ ଆଗାମୀ ହ୍ବାଇଟ ହାଉସ ବସ ।

ଆମେରିକାରେ ୫୦ ରାଜ୍ୟରେ ୫୩୮ ଇଲେକ୍ଟୋରାଲ କଲେଜ ଭୋଟ ରହିଛି । ନିର୍ବାଚନ ଜିତିବାକୁ ହେଲେ ମ୍ୟାଜିକ ନମ୍ବର ୨୭୦ ଆଙ୍କ ଛୁଇଁବାକୁ ପଡିବ । ବର୍ତ୍ତମାନ ସୁଦ୍ଧା ଡୋନାଲ୍ଡ ଟ୍ରମ୍ପ ୧୯୮ ଆସନରେ ଲିଡ ନେଇଥିବା ବେଳେ ହମଲା ହାରିସ ୧୦୯ ଇଲେକ୍ଟ୍ରୋଲ କଲେଜରେ ଆଗରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri