ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ ଥିବାବେଳେ ଜରୁରୀକାଳୀନ ଅବତରଣ (Emergency Landing) କରିଛି। ସୂତ୍ର ଅନୁସାରେ, ଏହି ବିମାନ ଇରାନ ପକ୍ଷରୁ କରାଯାଇଥିବା ଆକ୍ରମଣର ଶିକାର ହୋଇଥିବା ସନ୍ଦେହ କରାଯାଉଛି।

US ସେଣ୍ଟ୍ରାଲ କମାଣ୍ଡର ମୁଖପାତ୍ର କ୍ୟାପଟେନ ଟିମ୍‌ ହକିନ୍ସ କହିଛନ୍ତି ଯେ, “ପଞ୍ଚମ ପିଢ଼ିର ଏହି ଷ୍ଟେଲଥ ଜେଟ୍‌ ଇରାନ ଆକାଶ ମାର୍ଗରେ ଏକ କମ୍ବାଟ ମିଶନରେ ଥିଲା। କୌଣସି କାରଣରୁ ଏହାକୁ ମଧ୍ୟ-ପ୍ରାଚ୍ୟ ସ୍ଥିତ ଏକ ଆମେରିକୀୟ ଏୟାରବେସରେ ଜରୁରୀକାଳୀନ ଅବତରଣ କରିବାକୁ ପଡ଼ିଛି। ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିବା ବେଳେ ପାଇଲଟଙ୍କ ଅବସ୍ଥା ସ୍ଥିର ରହିଛି। ବର୍ତ୍ତମାନ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଜାରି ରହିଛି।

ରିପୋର୍ଟ ଅନୁଯାୟୀ, ଫେବୃଆରୀ ଶେଷରୁ ଆରମ୍ଭ ହୋଇଥିବା ଏହି ସଂଘର୍ଷ ମଧ୍ୟରେ ଏହା ପ୍ରଥମ ଘଟଣା ଯେଉଁଠାରେ ଇରାନ ଏକ ଆମେରିକୀୟ ବିମାନକୁ ଟାର୍ଗେଟ କରିଥିବା ଅଭିଯୋଗ ହୋଇଛି। ପ୍ରାୟ ୧୦୦ ମିଲିୟନ ଡଲାର (୮୦୦ କୋଟିରୁ ଅଧିକ ଟଙ୍କା) ମୂଲ୍ୟର ଏହି F-୩୫ ଜେଟ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ବିମାନ ମଧ୍ୟରୁ ଅନ୍ୟତମ। ଏହି ଜରୁରୀକାଳୀନ ଅବତରଣ ଏପରି ଏକ ସମୟରେ ହୋଇଛି ଯେତେବେଳେ ଆମେରିକା ଇରାନ ବିରୋଧରେ ବଡ଼ ସଫଳତା ପାଇଥିବା ଦାବି କରୁଛି।

ତେବେ ଯଦି ଇରାନ ପକ୍ଷରୁ ପ୍ରକୃତରେ F-୩୫ କୁ ଟାର୍ଗେଟ କରାଯାଇଛି, ତେବେ ଏହା ମଧ୍ୟ-ପ୍ରାଚ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ନୂଆ ମୋଡ଼ ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?