ଟ୍ରମ୍ପ୍‌ଙ୍କ ଶପଥ ସମାରୋହରେ ଅର୍ଦ୍ଧନମିତ ରହିବ ଆମେରିକା ପତାକା: ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ, ୫।୧: ଆସନ୍ତା ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍‌ ଶପଥ ନେବାକୁ ଯାଉଛନ୍ତି। କିନ୍ତୁ ଏହି ସମୟରେ ପୂରା ଦେଶରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଗତ ମାସ ୨୯ରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଦେହାନ୍ତ ହୋଇଥିବାରୁ ତାଙ୍କ ସମ୍ମାନରେ ଏକ ମାସ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍‌ ଘୋଷଣା କରିଥିଲେ। ରାଷ୍ଟ୍ରୀୟ ଶୋକ ପାଳନ ସମୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବାର ପରମ୍ପରା ଥିବାରୁ ଟ୍ରମ୍ପ୍‌ଙ୍କ ଶପଥ ଗ୍ରହଣ ସମାରୋହରେ ମଧ୍ୟ ଜାତୀୟ ପତାକା ଅର୍ଦ୍ଧନମିତ ରହିବ।

ରବିବାର ଏନେଇ ଟ୍ରମ୍ପ୍‌ ନିଜ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟ୍ରୁଥ୍‌ ସୋସିଆଲରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମଥର ପାଇଁ ଆମେରିକାର ରାଷ୍ଟ୍ରପତି ଶପଥ ନେଉଥିବା ସମୟରେ ଦେଶର ଜାତୀୟ ପତାକା ଅର୍ଦ୍ଧନମିତ ରହିବା ପୂରା ଦେଶବାସୀ ଏହି ଘଟଣାକୁ ନେଇ ନିରାଶ ଥିବାବେଳେ ଡେମୋକ୍ରାଟ୍ସମାନେ ଖୁବ୍‌ ଉତ୍ସାହିତ ଅଛନ୍ତି ବୋଲି ଟ୍ରମ୍ପ୍‌ କହିଛନ୍ତି। ତେବେ ଆସନ୍ତା ୯ରେ ଜିମିଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସେ ଯୋଗଦେବେ ବୋଲି ଟ୍ରମ୍ପ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri