ଜାତିସଂଘରେ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା-ଫ୍ରାନ୍ସ…

ନ୍ୟୁୟର୍କ,୨୧।୯ : ଉଜବେକିସ୍ତାନର ସମରକନ୍ଦରେ ଆୟୋଜିତ ହୋଇଥିବା ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ(ଏସସିଓ) ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଉଦ୍ଦେଶ୍ୟରେ କହିଥିବା ଖୋଲା ମନ୍ତବ୍ୟ ପ୍ରଦାନ କରିଥିଲେ ସେଥିପାଇଁ ମୋଦିଙ୍କୁ ଏବେ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। ନ୍ୟୁୟର୍କରେ ମିଳିତ ଜାତିସଂଘର ସାଧାରଣ ସଭାରେ ଆମେରିକା ଏବଂ ଫ୍ରାନ୍ସ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ୟୁକ୍ରେନ ଯୁଦ୍ଧ ବିଷୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପଷ୍ଟ ଭାବେ କହିଥିଲେ ଯେ ଆଜିର ଯୁଗ ଯୁଦ୍ଧର ନୁହେଁ।

୧୬ ସେପ୍ଟେମ୍ବରରେ ସମରକନ୍ଦରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀରେ ଅନୁଷ୍ଠିତ ଏକ ବୈଠକରେ ପ୍ରଧାନମନ୍ତ୍ରୀ ଏଭଳି କହିଥିଲେ। ୟୁକ୍ରେନ ସଙ୍କଟ ଯୋଗୁଁ ସୃଷ୍ଟି ହୋଇଥିବା ଖାଦ୍ୟ ସଙ୍କଟ, ଇନ୍ଧନ ସୁରକ୍ଷା ଏବଂ ସାର ସଙ୍କଟ ସମାଧାନର ଉପାୟ ଖୋଜିବାକୁ ମୋଦିପୁଟିନଙ୍କୁ ଅନୁରୋଧ କରିଥିଲେ। ଏହା ସହିତ ସେ ୟୁକ୍ରେନ ସହିତ ରୁଷିଆର ଯୁଦ୍ଧକୁ ନେଇ ଉଦବେଗ ପ୍ରକାଶ କରିଥିଲେ ।

ପ୍ରଧାନମନ୍ତ୍ରୀ ମୋଦି ପୁଟିନଙ୍କୁ ଯାହା କହିଛନ୍ତି ତାହାକୁ ମଙ୍ଗଳବାର ଜାତିସଂଘରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଜ୍ୟାକ ସୁଲିଓ୍ବନ ସ୍ବାଗତ କରିଛନ୍ତି। ମାକ୍ରୋନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଠିକ କହିଛନ୍ତି, ଏହା ଯୁଦ୍ଧର ସମୟ ନୁହେଁ। ପାଶ୍ଚାତ୍ୟର ପ୍ରତିଶୋଧ ନେବା କିମ୍ବା ପାଶ୍ଚାତ୍ୟକୁ ପୂର୍ବ ବିରୁଦ୍ଧରେ ବିରୋଧ କରିବାର ଏହା ସମୟ ନୁହେଁ। ଆମ ଭଳି ସାବଭୌମ ଦେଶଗୁଡ଼ିକ ଏକାଠି ବଞ୍ଚିବାର ସମୟ ଆସିଛି। ଏହା ଏକଜୁଟ ହୋଇ ଆମ ସମ୍ମୁଖରେ ସୃଷ୍ଟି ହୋଇଥିବା ଆହ୍ବାନର ସାମ୍ନା କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri