୨୦୧୯ରୁ ନିଖୋଜ ଥିବା ନାବାଳିକା ମିଳିଲେ ସିକ୍ରେଟ୍‌ ରୁମ୍‌ରୁ

ନ୍ୟୁୟର୍କ,୧୭।୨: ପ୍ରାୟ ୩ ବର୍ଷ ହେଲା ନିଖୋଜ ଥିବା ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ଘରର ସିଡି ତଳେ ଥିବା ଏକ ସିକ୍ରେଟ୍‌ ରୁମ୍‌ରୁ ଲୁଚିଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ଏଭଳି ଘଟଣା ସାମ୍ନାକୁ ଆସିଛି ଆମେରିକାର ନ୍ୟୁୟର୍କ ଷ୍ଟେଟ୍‌ରୁ।

ପାଇସ୍‌ଲି ଶଲଟିଜ ୨୦୧୯ରେ ନିଖୋଜ ହୋଇଯାଇଥିଲେ। ସେହି ସମୟରେ ତାଙ୍କ ବାପା ମା’ଙ୍କୁ ସନ୍ଦେହ ଘେରକୁ ନେଇଥିଲା ପୋଲିସ। କିନ୍ତୁ ନାବାଳିକାଙ୍କ ପତ୍ତା ମିଳି ନ ଥିଲା। ନିଖୋଜ ହୋଇଥିବା ସ୍ଥାନଠାରୁ ୨୪୦ କିମି ଦୂର ଏକ ଘରେ ଥିବା ସିକ୍ରେଟ୍‌ ରୁମ୍‌ରେ ନାବାଳିକାଙ୍କୁ ରଖାଯାଇଥିବା ପୋଲିସକୁ ଟିପ୍‌ ମିଳିଥିଲା। ନ୍ୟୁୟର୍କର ସ୍ପେନସର ସହରର ସେହି ଘରେ ଚଢ଼ାଉ କରିଥିଲା ପୋଲିସ।

“ସର୍ଚ୍ଚ ଆରମ୍ଭ କରିବାର ଘଣ୍ଟାକ ପରେ ସିକ୍ରେଟ୍‌ ମେକଶିଫ୍ଟ ରୁମ୍‌ରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲୁ। ଘରର ବେସମେଣ୍ଟକୁ ଯିବା ପାଇଁ ସିଡି ତଳେ ସେହି ରୁମ୍‌ ଥିଲା। ଅନ୍ଧାରୁଆ ଏବଂ ଓଦଳିଆ ରୁମ୍‌ରୁ ନାବାଳିକା ଓ ତାଙ୍କ ଅପହରଣକାରୀ କିମ୍ବର୍ଲି କୁପର ଶଲଟିଜଙ୍କୁ ଉଦ୍ଧାର କରାଯାଇଛି। ନାବାଳିକାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଅଛି। ନିର୍ଯାତନାର କୌଣସି ପ୍ରମାଣ ନାହିଁ ” ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ଅପହରଣକାରୀ ତଥା ନାବାଳିକାଙ୍କ ବାପା ମା’ଙ୍କ ବିରୋଧରେ ଶିଶୁର ଜୀବନର ବିପଦରେ ପକାଇବା ପାଇଁ ଓ ଆଇନଗତ କାର୍ଯ୍ୟରେ ବାଧା ଦେବା ପାଇଁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?