ଅଧିକ ଏପ୍‌ଷ୍ଟେଇନ୍‌ ଫାଇଲ୍‌ ପ୍ରକାଶ କଲା ଆମେରିକା ନ୍ୟାୟ ବିଭାଗ

ଓ୍ବାଶିଂଟନ୍‌,୩୧ା୧: ଯୌନ କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟେଇନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। କମ୍‌ ବୟସ୍କା ଯୁବତୀମାନଙ୍କୁ ଯୌନ ଶୋଷଣ ଏବଂ ଧନୀ ତଥା ପ୍ରଭାବଶାଳୀ ଲୋକମାନଙ୍କ ସହ ଏପ୍‌ଷ୍ଟେଇନ୍‌ଙ୍କ ଯୋଗାଯୋଗ ରହିଥିଲା। ଏପ୍‌ଷ୍ଟେଇନ୍‌ଙ୍କ ସଦ୍ୟ ପ୍ରକାଶିତ ଫାଇଲ୍‌ରେ ୩ ନିୟୁତରୁ ଊର୍ଦ୍ଧ୍ୱ ପୃଷ୍ଠା ରହିଥିବା ଡେପୁଟି ଆଟର୍ନି ଜେନେରାଲ ଟୋଡ୍‌ ବ୍ଲାଞ୍ଚେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଫାଇଲଗୁଡ଼ିକୁ ନ୍ୟାୟ ବିଭାଗ ଓ୍ବେବ୍‌ସାଇଟ୍‌ରେ ପୋଷ୍ଟ କରାଯାଇଛି। ଗତ ଡିସେମ୍ବରରେ କେତେକ ରେକର୍ଡ ପ୍ରକାଶ ପାଇଥିବାବେଳେ ଉକ୍ତ ରେକର୍ଡ ପ୍ରକାଶନକୁ ସ୍ଥଗିତ ରଖାଯାଇଥିଲା। ବ୍ଲାଞ୍ଚେ କହିଛନ୍ତି, ସମସ୍ତ ମହିଳାଙ୍କ ଫଟୋକୁ ଲୁଚାଯାଉଥିଲା କିନ୍ତୁ ଏପ୍‌ଷ୍ଟେଇନ୍‌ଙ୍କ ସାଥୀ ଘିସ୍‌ଲେନ୍‌ ମାକ୍ସଓ୍ବେଲଙ୍କ ଛବିକୁ ସେଥିରୁ ବାଦ୍‌ ଦିଆଯାଇଥିଲା। ନୂତନ ପର୍ଯ୍ୟାୟରେ ସ୍ପଷ୍ଟ ଫଟୋ ପ୍ରକାଶ କରାଯାଇଥିବାରୁ ସେମାନଙ୍କ ବୟସ ଯାଞ୍ଚ୍‌ କରିବାରେ ନ୍ୟାୟ ବିଭାଗ ପ୍ରତିବନ୍ଧକର ସମ୍ମୁଖୀନ ହେବ। ଏପ୍‌ଷ୍ଟେଇନ୍‌ ଓ ତାଙ୍କ ଘନିଷ୍ଠ ତଥା ଏକଦା ବାନ୍ଧବୀ ଥିବା ମାକ୍ସଓ୍ବେଲଙ୍କ ଉପରେ ଥିବା ଦସ୍ତାବିଜଗୁଡ଼ିକୁ ପ୍ରକାଶ କରିବା ନେଇ ବହୁମାସ ହେଲା ଜନସାଧାରଣ ଏବଂ ରାଜନୈତିକ ଦଳ ପକ୍ଷରୁ ଚାପ ପକାଯାଇଆସୁଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri