ଇରାନରେ ସବୁଠାରୁ ଶକ୍ତିଶାଳୀ ଆକ୍ରମଣ! ଖାର୍ଗ ଦ୍ୱୀପରେ ବୋମା ପକାଇଲା ଆମେରିକା, ଧ୍ବଂସ ହେଲା…

ନୂଆଦିଲ୍ଲୀ,୧୪।୩: ଆମେରିକୀୟ ସେନା (CENTCOM) ଇରାନର ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପରେ ସବୁଠାରୁ ଶକ୍ତିଶାଳୀ ବିମାନ ଆକ୍ରମଣ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରି କହିଛନ୍ତି, ଏହି ଆକ୍ରମଣ ଇରାନର ସାମରିକ ପ୍ରତିଷ୍ଠାନଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି।

ଟ୍ରମ୍ପ ସୋସିଆଲ ମିଡିଆରେ ଲେଖିଛନ୍ତି, “ବର୍ତ୍ତମାନ, ମୋ ନିର୍ଦ୍ଦେଶରେ, ଆମେରିକୀୟ ସେନା ମଧ୍ୟପ୍ରାଚ୍ୟ ଇତିହାସର ସବୁଠାରୁ ଶକ୍ତିଶାଳୀ ବିମାନ ଆକ୍ରମଣ କରିଛି, ଇରାନର ଖାର୍ଗ ଦ୍ୱୀପରେ ସମସ୍ତ ସାମରିକ ଲକ୍ଷ୍ୟସ୍ଥଳକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି।”

ଇରାନର ଉତ୍ତର ପାରସ୍ୟ ଉପସାଗରରେ ଅବସ୍ଥିତ ଖାର୍ଗ ଦ୍ୱୀପ, ଇରାନର ପ୍ରାୟ ୯୦% ଅଶୋଧିତ ତୈଳ ରପ୍ତାନି ପରିଚାଳନା କରେ। ଏହା ହର୍ମୁଜ ପ୍ରଣାଳୀର ଉତ୍ତର-ପଶ୍ଚିମରେ ପ୍ରାୟ ୪୮୩ କିଲୋମିଟର ଏବଂ ମୁଖ୍ୟଭୂମିରୁ ପ୍ରାୟ ୨୪ କିଲୋମିଟର ଦୂରରେ ଅବସ୍ଥିତ। ରିପୋର୍ଟ ଅନୁଯାୟୀ, ଏଥିରେ ପ୍ରତିଦିନ ପ୍ରାୟ ୭ ନିୟୁତ ବ୍ୟାରେଲ ତେଲ ଲୋଡ କରିବାର କ୍ଷମତା ଅଛି।

ରାଷ୍ଟ୍ରପତି ଟ୍ରମ୍ପ ଇରାନକୁ ଚେତାବନୀ ଦେଇଛନ୍ତି ଯେ ଯଦି ହର୍ମୁଜ ପ୍ରଣାଳୀ ଦେଇ ଜାହାଜର ସୁରକ୍ଷିତ ପଥକୁ କୌଣସି ପ୍ରକାରେ ବାଧା ଦିଆଯାଏ, ତେବେ ସେ ତୁରନ୍ତ ତାଙ୍କର ନୀତିର ପୁନବିର୍ଚାର କରିବେ। ସେ କହିଛନ୍ତି ଯେ ଆମେରିକା ଖୁବ୍‌ଶୀଘ୍ର ଏହି ରାସ୍ତାରେ ଯାଉଥିବା ଜାହାଜଗୁଡ଼ିକୁ ସୁରକ୍ଷା ଦେବା ପାଇଁ ଏକ ସୁରକ୍ଷା କଭର ଆରମ୍ଭ କରିବ। “ଯଦି ଇରାନ କିମ୍ବା ଅନ୍ୟ କେହି ଏହି ରାସ୍ତାରେ ବାଧା ସୃଷ୍ଟି କରନ୍ତି, ତେବେ ମୁଁ ତୁରନ୍ତ ଏହି ନିଷ୍ପତ୍ତିର ପୁନବିର୍ଚାର କରିବି ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri