ଓ୍ବାଶିଂଟନ୍‌ ଡିସିକୁ ପୁଣି ଫେରିଲା ମାସ୍କ

ଓ୍ବାଶିଂଟନ୍‌, ୩୦।୭: ଆମେରିକାରେ କରୋନା ପ୍ରକୋପ ପୁଣି ଥରେ ବଢ଼ିବାରେ ଲାଗିଛି। ଲଗାତର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୱାଶିଂଟନ ଡିସିରେ ଜୁଲାଇରେ ଦୈନିକ ମାମଲା ୫ଗୁଣା ଅଧିକ ରହିଛି ବୋଲି ଡିସିର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଲାକ୍ୱାନ୍ଦ୍ରା ନେସ୍‌ବିଟ୍‌ ସୂଚନା ଦେଇଛନ୍ତି। ତେଣୁ ଡିସିରେ ପୁଣି ଥରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କୌଣସି ବ୍ୟକ୍ତି କରୋନା ଟିକା ନେଇଥାନ୍ତୁ ଅବା ନ ନେଇଥାନ୍ତୁ କିନ୍ତୁ ସମସ୍ତଙ୍କୁ ଘର ଭିତରେ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଆମେରିକା ରାଜଧାନୀ ଓ୍ବାଶିଂଟନ୍‌ର ମେୟର ମ୍ୟୁରିିଏଲ ବୋଓସର ଘୋଷଣା କରିଛନ୍ତି। ସମଗ୍ର ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ନୂଆ ଆଦେଶ ଅନୁଯାୟୀ, ଶନିବାର ସକାଳ ୫ଟାରୁ ଦୁଇ ବର୍ଷରୁ ଅଧିକ ବୟସ୍କର ସମସ୍ତ ଡିସି ବାସିନ୍ଦାଙ୍କୁ, ଟିକାକରଣ ସ୍ଥିତିକୁ ଖାତିର ନ କରି ଘର ଭିତରେ ଅବା ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବାକୁ ବାଧ୍ୟ କରାଯାଇଛି। ଏଥିସହ ଡିସି ସରକାରୀ କର୍ମଚାରୀଙ୍କ ପାଇଁ ଟିକାକରଣ ବାଧ୍ୟତାମୂଳକ କରାଯାଇଛି। ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ମ୍ୟୁରିଏଲ୍‌ କହିଛନ୍ତି, ମହାମାରୀ ଯୋଗୁ ବହୁ ଜିନିଷରେ ପରିବର୍ତ୍ତନ ଆସିଛି, ତା’ ସହ ସମସ୍ତଙ୍କୁ ଖାପ ଖୁଆଇ ଚଳିବାକୁ ପଡିବ। ଅନ୍ୟପଟେ ୫ରୁ ୧୪ ବର୍ଷ ବୟସ୍କ ପିଲା ଏବଂ ୨୦ ରୁ ୩୪ ବର୍ଷର ବୟସ୍କଙ୍କ ନିକଟରେ କରୋନା ମାମଲା ଅଧିକ ବୃଦ୍ଧି ପାଉଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଲାକ୍ୱାନ୍ଦ୍ରା କହିଛନ୍ତି। କାରଣ ଏହି ବୟସ୍କର ବ୍ୟକ୍ତିମାନେ ଅତ୍ୟଧିକ ବାହାରେ ବୁଲାବୁଲି କରିବା ସହ ବାହାରେ ଖାଦ୍ୟ ଖାଉଛନ୍ତି ଏବଂ ସେମାନଙ୍କର ସାମାଜିକ ଗିତିବିଧି ଅଧିକ ରହିଛି। ତେଣୁ ସଂକ୍ରମଣ ବୃଦ୍ଧି ପାଉଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri