F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ କାଉଣ୍ଟି ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ପାଇଲଟ୍‌ ବିମାନରୁ ସୁରକ୍ଷିତ ଭାବେ ବାହାରି ଆସିଥିଲେ । ତେବେ ସେ ଆହତ ହୋଇଥିବାରୁ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି ।

ଟେକ୍ସାସ ମିଲିଟାରୀ ଡିପାର୍ଟମେଣ୍ଟ ଅନୁସାରେ, ଟେକ୍ସାସ ନ୍ୟାସନାଲ ଗାର୍ଡର ୧୪୯ତମ ଫାଇଟର ୱିଙ୍ଗ୍‌ ଦ୍ୱାରା ପରିଚାଳିତ F-16 ଫାଇଟିଂ ଫାଲକନ୍‌ ଆଲ୍ପେନାସ୍ଥିତ ଏୟାର ନ୍ୟାସନାଲ ଗାର୍ଡ କମ୍ବାଟ୍‌ ରେଡିନେସ୍‌ ଟ୍ରେନିଂ ସେଣ୍ଟରରୁ ପ୍ରଶିକ୍ଷଣ ମିଶନ୍‌ରେ ଉଡ଼ାଣ ଭରିଥିଲା। ଏହି ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାର କାରଣ ସମ୍ପର୍କରେ ଅଧିକାରୀମାନେ ତୁରନ୍ତ କୌଣସି ସୂଚନା ଦେଇନାହାନ୍ତି । ୧୪୯ତମ ଫାଇଟର ୱିଙ୍ଗ୍‌ର ମୁଖପାତ୍ର କହିଛନ୍ତି ଯେ ପାଇଲଟ୍‌ ବିମାନରୁ ବାହାରି ଆସିଥିଲେ ଏବଂ ତାଙ୍କୁ ଚିକିତ୍ସା ପାଇଁ ନିଆଯାଇଛି। ତାଙ୍କ ସ୍ଥିତି ସ୍ଥିର ଥିବା ଜଣାପଡ଼ିଛି। ମିଚିଗାନ ଷ୍ଟେଟ୍‌ ପୋଲିସ ଓ ଗ୍ରାଣ୍ଡ ଟ୍ରାଭର୍ସ କାଉଣ୍ଟି ଶେରିଫ୍‌ କାର୍ଯ୍ୟାଳୟ ପକ୍ଷରୁ ଘଟଣାସ୍ଥଳରେ ଉଦ୍ଧାର ଓ ସୁରକ୍ଷା କାର୍ଯ୍ୟ ଚାଲିଛି। ଏପର୍ଯ୍ୟନ୍ତ ଅନ୍ୟ କାହାରି ଆହତ ହେବାର ଖବର ମିଳିନାହିଁ।

F-16 ଦୁର୍ଘଟଣା ପରେ ଘଟଣାସ୍ଥଳ ନିକଟରେ ଥିବା ପ୍ରାୟ ଏକ ମାଇଲ୍‌ ପରିଧିରେ ରହୁଥିବା ଲୋକଙ୍କୁ ଅଞ୍ଚଳ ଖାଲି କରିବାକୁ ଅଧିକାରୀମାନେ ନିର୍ଦ୍ଦେଶ ଦେଇଛନ୍ତି । ବିମାନରୁ କୌଣସି ବିପଜ୍ଜନକ ରାସାୟନିକ ପଦାର୍ଥ ଲିକ୍‌ ହେବାର ଆଶଙ୍କା ଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।ଏହା ପୂର୍ବରୁ ନିକଟସ୍ଥ ଲୋକଙ୍କୁ ଘର ଭିତରେ ରହିବା ସହ ଝରକା ଓ କବାଟ ବନ୍ଦ ରଖିବାକୁ କୁହାଯାଇଥିଲା। କାଉଣ୍ଟି ରୋଡ୍‌ ୬୩୩ ଓ ବ୍ଲେୟାର ଟାଉନହଲ୍‌ ରୋଡ୍‌ ନିକଟରେ ବିମାନଟି ଖସିପଡ଼ିଥିବାରୁ ଘଟଣାସ୍ଥଳ ଆଖପାଖର ରାସ୍ତାଗୁଡ଼ିକୁ ବନ୍ଦ କରାଯାଇଛି।

ଘଟଣା ପୂର୍ବର ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ୍‌ ଅଡିଓରୁ F-16ଟି କୌଣସି ପକ୍ଷୀ ସହ ଧକ୍କା ହୋଇଥିବାର ସଙ୍କେତ ମିଳୁଥିବା ରିପୋର୍ଟ ହୋଇଛି । ତେବେ ବିମାନଟି ପକ୍ଷୀ ସହ ଧକ୍କା ହୋଇଥିଲା ବୋଲି ସାମରିକ ଅଧିକାରୀମାନେ ଏପର୍ଯ୍ୟନ୍ତ ନିଶ୍ଚିତ କରିନାହାନ୍ତି। ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?