ଆକ୍ରମଣ ସ୍ଥିତିରେ ତାଇଓ୍ବାନର ସୁରକ୍ଷା କରିବେ ଆମେରିକା ସୈନ୍ୟ: ବାଇଡେନଙ୍କ ଚେତାବନୀ…

ଓ୍ବାଶିଂଟନ, ୧୯।୯ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ ଚାଇନ ଆକ୍ରମଣ କଲେ ଆମେରିକାର ସୈନ୍ୟ ତାଇୱାନକୁ ରକ୍ଷା କରିବେ। ରବିବାର ଏକ ଟିଭି ସାକ୍ଷାତକାରରେ ବାଇଡେନ ଏହା କହିଛନ୍ତି।

ତାଇୱାନ ପ୍ରସଙ୍ଗରେ ଏପର୍ଯ୍ୟନ୍ତ ବାଇଡେନଙ୍କ ଏହା ସ୍ପଷ୍ଟ ବକ୍ତବ୍ୟ ବୋଲି କୁହାଯାଉଛି। ଏହା ଦ୍ୱାରା ଆମେରିକାର ଆଭିମୁଖ୍ୟ ଭଲଭାବେ ଜଣାପଡ଼ିଛି ବୋଲି ଆନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ସାକ୍ଷାତକାର ସମୟରେ ଯେତେବେଳେ ଆମେରିକାର ସୈନ୍ୟବାହିନୀ ଚାଇନା ଦାବି କରୁଥିବା ତାଇଓ୍ବାନକୁ ରକ୍ଷା କରିବେ କି ବୋଲି ପଚରାଯିବାରୁ ସେ ହଁ ବୋଲି ଉତ୍ତର ଦେଇଛନ୍ତି।

ଯେତେବେଳେ ବାଇଡେନଙ୍କ ବିବୃତ୍ତି ଉପରେ ମନ୍ତବ୍ୟ ଦେବାକୁ କୁହାଗଲା, ହ୍ବାଇଟ ହାଉସର ମୁଖପାତ୍ର ସ୍ପଷ୍ଟ କରିଛନ୍ତି ଯେ ତାଇୱାନ ପ୍ରତି ଆମେରିକାର ନୀତିରେ ପରିବର୍ତ୍ତନ ହୋଇନାହିଁ। ମୁଖପାତ୍ର କହିଛନ୍ତି, ରାଷ୍ଟ୍ରପତି ଏହା ପୂର୍ବରୁ ମଧ୍ୟ କହି ସାରିଛନ୍ତି। ସେତେବେଳେ ମଧ୍ୟ ସେ ସ୍ପଷ୍ଟ କରିଥିଲେ ଯେ ଆମର ତାଇୱାନ ନୀତିରେ ପରିବର୍ତ୍ତନ ହୋଇନାହିଁ। ଏହା ସତ୍ୟ। ଏହି ନୀତି ଆଗାମୀ ଦିନରେ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?