ମୃତ୍ୟୁର ୧୨୮ବର୍ଷ ପରେ ଚୋରଙ୍କର ଅନ୍ତିମ ସଂସ୍କାର

ଓ୍ବାଶିଂଟନ୍‌,୮।୧୦: ଆମେରିକାରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ଦେଶରେ ୧୨୮ ବର୍ଷ ପରେ ଏକ ଚୋରର ମୃତଦେହକୁ ଶନିବାର ସମାଧି ଦିଆଯାଇଛି। ଏହି ଚୋରଜଣଙ୍କର ୧୯ ନଭେମ୍ବର ୧୮୯୫ରେ ଆମେରିକାର ପେନସିଲଭାନିଆର ଏକ କାରାଗାରରେ କିଡନୀ ଫେଲ ଯୋଗୁ ମୃତ୍ୟୁ ଘଟିଥିଲା। ଚୋରର ପ୍ରକୃତ ପରିଚୟ ଜଣା ପଡି ନ ଥିବାରୁ ସେ ଗିରଫ ହେବା ସମୟରେ କର୍ତ୍ତୃପକ୍ଷ ତାଙ୍କର ଏକ ନକଲି ନାମ ଦେଇଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ‘ଷ୍ଟୋନମ୍ୟାନ ୱିଲି’ ବୋଲି ଜାଣିଥିଲେ। ଜେଲର ଅଧିକାରୀମାନେ ଓ୍ବିଲିଙ୍କ ମୃତ୍ୟୁ ପରେ ତାଙ୍କ ସମ୍ପର୍କୀୟଙ୍କୁ ଦୀର୍ଘ ସମୟ ଧରି ଖୋଜିଥିଲେ। ଯେତେବେଳେ ସେମାନେ ସମ୍ପର୍କୀୟଙ୍କୁ ଖୋଜିବାରେ ଅସଫଳ ହୋଇଥିଲେ ତାଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ଗୃହକୁ ହସ୍ତାନ୍ତର କରାଯାଇଥିଲା।

ଶବଦାହ ବିଶେଷଜ୍ଞ ତାଙ୍କ ମୃତଦେହକୁ ମମି ଭାବେ ସଂଗ୍ରହାଳୟରେ ରଖିଥିଲେ। ୧୯୮୫ରେ ମୃତ୍ୟୁପରେ ଶବଦାହକାରୀଙ୍କ ଦ୍ୱାରା ସଂଗୃହିତ ମୃତଦେହ ଅନ୍ତିମ ସଂସ୍କାର ଗୃହରେ ପ୍ରଦର୍ଶିତ ହୋଇଥିଲା। ଏହି କାରଣରୁ ଗତ କିଛି ବର୍ଷ ଧରି ଓ୍ବିଲି ଚୋରଜଣଙ୍କର ଶରୀର ମଧ୍ୟ ପ୍ରଦର୍ଶନର ଏକ ଅଂଶ ହୋଇ ରହିଥିଲା। ତାଙ୍କ ଶରୀର ପ୍ରାୟ ୧୨୮ ବର୍ଷ ପର୍ଯ୍ୟନ୍ତ ପ୍ରଦର୍ଶିତ ହୋଇଥିଲା।
ୱିଲିଙ୍କ ଶେଷ ଯାତ୍ରା ଅକ୍ଟୋବର ୭ ଶନିବାର ଶେଷ ହୋଇଛି। ତାଙ୍କୁ ଏକ ସ୍ଥାନୀୟ ଶ୍ମଶାନରେ ସମାଧି ଦିଆଯାଇଛି ଏବଂ ତାଙ୍କର ପ୍ରକୃତ ନାମ ତାଙ୍କ କବରରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri