Posted inଖେଳ

ଜାଭୋନାରେଭା-ସିଗ୍‌ମଣ୍ଡ ଚାମ୍ପିୟନ

ନ୍ୟୁୟର୍କ,୧୩।୯(ଏପି): ୟୁଏସ୍‌ ଓପନ୍‌ ମହିଳା ଡବଲ୍ସ ଇଭେଣ୍ଟରେ ଭେରା ଜାଭୋନାରେଭା ଓ ଲଉରା ସିଗ୍‌ମଣ୍ଡ ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଅଣସିଡ୍‌ ଏହି ରୁଷିଆ ଓ ଜର୍ମାନୀ ଯୋଡି ୬-୪, ୬-୪ ସେଟ୍‌ରେ ତୃତୀୟ ସିଡ୍‌ ମାନ୍ୟତାପ୍ରାପ୍ତ ଯୋଡି ଆମେରିକାର ନିକୋଲ ମେଲିଚାର ଓ ଚାଇନାର ୟିଫାନ ଜୁଙ୍କୁ ପରାସ୍ତ କରି ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ଏହି ବିଜୟ ସହ ଜାଭୋନାରେଭା ଓ ସିଗ୍‌ମଣ୍ଡ ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ହାସଲ କରିଛନ୍ତି। ଟୁର୍ନାମେଣ୍ଟର ଠିକ୍‌ ପୂର୍ବରୁ ଏହି ବିଜେତା ଯୋଡି ସାଥି ହୋଇ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ଆଗାମୀ ଫ୍ରେଞ୍ଚ୍‌ ଓପନ୍‌ରେ ମଧ୍ୟ ଦୁହେଁ ସାଥୀ ହୋଇ ଖେଳିବାକୁ ଯୋଜନା କରିଛନ୍ତି।
ଜାଭୋନାରେଭା ଚଳିତ ସପ୍ତାହରେ ୩୬ ବର୍ଷରେ ପଦାର୍ପଣ କରିବେ। ପୂର୍ବରୁ ସେ ୨୦୦୬ ୟୁଏସ୍‌ ଓପନ୍‌ରେ ନାଥାଲି ଡେଚିଙ୍କ ସହ ଟାଇଟଲ ହାସଲ କରିଥିଲେ। ୨୦୧୦ ସଂସ୍କରଣରେ ସେ ମଧ୍ୟ ସିଙ୍ଗଲ୍ସ ଫାଇନାଲରେ କିମ୍‌ କ୍ଲିଷ୍ଟର୍ସଙ୍କଠାରୁ ପରାସ୍ତ ହୋଇ ରନର୍ସଅପ ହୋଇଥିଲେ। ୨୦୧୨ରେ ମଧ୍ୟ ସେ ଅଷ୍ଟ୍ରେଲିଆନ୍‌ ଓପନ୍‌ ଡବଲ୍ସ ଟାଇଟଲ ହାସଲ କରିଥିଲେ। ଏହାପରେ ସେ ଆଘାତ ସମସ୍ୟା ଦେଇ ଗତିକରିଥିଲେ। ୨୦୧୬ରେ ଝିଅ ଏବେଲିନାଙ୍କୁ ଜନ୍ମ ଦେବା ପରେ ସେ ଟେନିସ ବେଶି ଖେଳି ନ ଥିଲେ। ଅନ୍ୟପଟେ ଦ୍ୱିତୀୟ ଥର ପାଇଁ ଜୁ ଓ ମେଲିଚାର ୟୁଏସ୍‌ ଓପନ୍‌ରେ ରନର୍ସଅପ୍‌ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri