Posted inଖେଳ

ୟୁଏସ୍‌ ଓପନ୍‌: କ୍ୱାର୍ଟରରେ ବୋପାନ୍ନା-ଶାପୋଭାଲୋଭ

ନ୍ୟୁୟର୍କ, ୭।୯(ପି.ଟି.): ୟୁଏସ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ ଶାପୋଭାଲୋଭ ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଅଣସିଡ ଇଣ୍ଡୋ- କାନାଡିଆନ ଯୋଡି ଶନିବାର ଦ୍ୱିତୀୟ ରାଉଣ୍ଡ ମୁକାବିଲାରେ ଷଷ୍ଠ ସିଡ୍‌ ଜର୍ମାନୀ ଯୋଡି କେଭିନ୍‌ କ୍ରିଏଜ୍‌ ଓ ଆଣ୍ଡ୍ରିଆସ୍‌ ମିଜ୍‌ଙ୍କୁ ୪-୬, ୬-୪, ୬-୩ ସେଟ୍‌ରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏକ ଘଣ୍ଟା ୪୭ ମିନିଟ୍‌ରେ ବୋପାନ୍ନା ଓ ଶାପୋଭାଲୋଭ ବିଜୟୀ ହୋଇଥିଲେ। କ୍ୱାର୍ଟରରେ ଏହି ଯୋଡି ଡଚ୍‌- ରୋମାନିଆ ଯୋଡି ଜିଲ- ଜୁଲିଏନ୍‌ ରୋଜର ଓ ହୋରିଆ ଟେକାଉଙ୍କୁ ଭେଟିବେ। ରୋଜର- ଟେକାଉ ଅନ୍ୟଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ଟପ୍‌ ସିଡ୍‌ ଯୋଡି କଲମ୍ବିଆର ଜୁଆନସେବାଷ୍ଟିଆନ କାବାଲ ଓ ରୋବେର୍ଟ ଫାରାଙ୍କୁ ୪-୬,୬-୩, ୬-୪ ସେଟ୍‌ ହରାଇ କ୍ୱାର୍ଟରକୁ ଉଠିଛନ୍ତି।
ସୁମିତ ନାଗାଲ ଓ ଦିଭିଜ ଶରନ ଟୁର୍ନାମେଣ୍ଟରୁ ବିଦାୟ ନେବା ପରେ ବୋପାନ୍ନା ଏକମାତ୍ର ଭାରତୀୟ ଭାବେ ଟୁର୍ନାମେଣ୍ଟରେ ଅଭିଯାନ ଜାରି ରଖିଛନ୍ତି। ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡ ମୁକାବିଲାରେ ନାଗାଲ ବିଶ୍ୱର ୩ ନମ୍ବର ତଥା ଦ୍ୱିତୀୟ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ଙ୍କଠଶଣଉ ପରାସ୍ତ ହୋଇ ବିଦାୟ ନେଇଥିଲେ। ଅନ୍ୟପଟେ ଶରନ ଓ ତାଙ୍କ ସର୍ବିୟା ପାର୍ଟନର ନିକୋଲଶ କାସିକ୍‌ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରେ ପ୍ରତିପକ୍ଷ ଅଷ୍ଟମ ସିଡ୍‌ ଯୋଡି ନିକୋଲା ମେକ୍‌ଟିକ ଓ ଓ୍ବେସଲି କୁଲହୋଫ୍‌ଙ୍କଠାରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri