Posted inଖେଳ

ୟୁଏସ୍‌ ଓପନ୍‌: ପାଭିକ୍‌-ସୋଆରେସ୍‌ ଯୋଡ଼ିଙ୍କୁ ପୁରୁଷ ଡବଲ୍ସ ଟାଇଟଲ

ନ୍ୟୁୟର୍କ,୧୨।୯(ଏପି): ୟୁଏସ୍‌ ଓପନ୍‌ ପୁରୁଷ ଡବଲ୍ସ ଇଭେଣ୍ଟରେ କ୍ରୋଏସିଆର ମେଟ୍‌ ପାଭିକ୍‌ ଓ ଅଭିଜ୍ଞ ବ୍ରାଜିଲ ଖେଳାଳି ବ୍ରୁନୋ ସୁଆରେସ୍‌ ଟାଇଟଲ ହାସଲ କରିଛନ୍ତି। ଗୁରୁବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏହି ଅଣସିଡ୍‌ ଯୋଡି ୭-୫, ୬-୩ ସେଟ୍‌ରେ ଅଷ୍ଟମ ସିଡ୍‌ ଯୋଡି କ୍ରୋଏସିଆର ନିକୋଲା ମେକ୍‌ଟିକ୍‌ ଓ ନେଦରଲାଣ୍ଡ୍ସର ଓ୍ବେସଲି କୁଲହୋଫ୍‌ଙ୍କୁ ହରାଇ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ବିଜୟୀ ହେବା ପାଇଁ ପାଭିକ୍‌ ଓ ସୋଆରେସ୍‌ଙ୍କୁ ୧ ଘଣ୍ଟା ୩୧ ମିନିଟ୍‌ ସମୟ ଆବଶ୍ୟକ ହୋଇଥିଲା। ସୋଆରେସ୍‌ଙ୍କ ପାଇଁ ଏହା ତୃତୀୟ ଗ୍ରାଣ୍ଡସ୍ଲାମ ଟାଇଟଲ ସାବ୍ୟସ୍ତ ହୋଇଛି। ଦୀର୍ଘ ବର୍ଷ ପରେ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବାର ସୋଆରେସ୍‌ ଖୁସି ଜାହିର କରିଛନ୍ତି। ଅନ୍ୟ ପଟେ ମହିଳା ଡବଲ୍ସ ଫାଇନାଲ ମ୍ୟାଚ୍‌ରେ ତୃତୀୟ ସିଡ୍‌ ଆମେରିକା ଓ ଚାଇନା ଯୋଡି ନିକୋଲ ମେଲିଚାର ଓ ଜୁ ଇଫନ ପ୍ରତିପକ୍ଷ ଜର୍ମାନୀ ଓ ରୁଷିଆ ଯୋଡି ଲଉରା ସେଗ୍‌ମୁଣ୍ଡ ଓ ଭେରା ଜେଭୋନୋରେଭା ମୁହଁାମୁହିଁ ହେବେ। ଚଳିତ ବର୍ଷ ୟୁଏସ୍‌ ଓପନ୍‌ରେ ମିକ୍ସ ଡବଲ୍ସ ଇଭେଣ୍ଟକୁ କୋଭିଡ୍‌-୧୯ ମହାମାରୀ ପାଇଁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri