ଆମେରିକା ପାଇଲଟ ଚାଇନା ସୈନ୍ୟଙ୍କୁ ଦେଉଥିଲେ ତାଲିମ, ଅଷ୍ଟ୍ରେଲିଆରୁ ଗିରଫ…

ବେଜିଂ/ଓ୍ବାଶିଂଟନ,୨୬।୧୦ : ଚାଇନାରେ କାର୍ଯ୍ୟ କରୁଥିବା ଆମେରିକାର ଜଣେ ପୂର୍ବତନ ଯୁଦ୍ଧ ବିମାନ ପାଇଲଟଙ୍କୁ ଅଷ୍ଟ୍ରେଲିଆରୁ ଗିରଫ କରାଯାଇଛି। ଏହି ଆମେରିକୀୟ ପାଇଲଟ ଚାଇନାର ବାୟୁସେନା ପାଇଲଟମାନଙ୍କୁ ବିମାନ ପ୍ରଶିକ୍ଷକ ଭାବରେ ତାଲିମ ଦେଉଥିଲେ। ଆମେରିକାର ଅନୁରୋଧ କ୍ରମେ ଏହି ପୂର୍ବତନ ପାଇଲଟଙ୍କୁ ଗିରଫ କରାଯାଇଛି ବୋଲି ଅଷ୍ଟ୍ରେଲିଆ କହିଛି। ବର୍ତ୍ତମାନ ତାଙ୍କୁ ଆମେରିକାକୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି।

ଅଷ୍ଟ୍ରେଲୀୟ ପୋଲିସର ସୂଚନାନୁସାରେ, ଡାନିଏଲ ଏଡମୁଣ୍ଡ ଦୁଗ୍ଗନ ନାମକ ଏହି ପାଇଲଟଙ୍କୁ ଶୁକ୍ରବାର ନ୍ୟୁ ସାଉଥ ୱେଲ୍ସର ଅରେଞ୍ଜଠାରୁ ଗିରଫ କରାଯାଇଥିଲା। ତାଙ୍କୁ ଗିରଫ କରାଯିବା ପରେ କୋର୍ଟରେ ହାଜର କରାଯାଇଥିଲା। ବିଚାରପତି ତାଙ୍କ ଜାମିନ ନାମଞ୍ଜୁର କରି ତାଙ୍କୁ ଜେଲକୁ ପଠାଇ ଦେଇଥିଲେ। ଅଷ୍ଟ୍ରେଲୀୟ ପୋଲିସ ବର୍ତ୍ତମାନ ଆନୁଷ୍ଠାନିକ ଭାବେ ପ୍ରତ୍ୟର୍ପଣ ପ୍ରକ୍ରିୟା ଶେଷ କରିବା ଲାଗି ଉଦ୍ୟମ କରୁଛି।

ଫେଡେରାଲ ଆଟର୍ନି ଜେନେରାଲ ବିଭାଗ କହିଛି ଯେ ଆମେରିକାର ଅନୁସନ୍ଧାନକାରୀ ସଂସ୍ଥା ଏଫବିଆଇ ପାଇଲଟଙ୍କୁ ଗିରଫ କରିବାକୁ ଅନୁରୋଧ କରିଛି। ଚାଇନାରେ କାର୍ଯ୍ୟ କରୁଥିବା ୧୨ରୁ ଅଧିକ ଜଣ ପୂର୍ବତନ ବ୍ରିଟେନ ସାମରିକ ପାଇଲଟ ତାଲିମ ଦେଉଥିବା ଘଟଣାର ପର୍ଦ୍ଦାଫାଶ ହୋଇଥିଲା। ବ୍ରିଟେନ କହିଥିଲା ଯେ ଯଦି ଏହି ଲୋକମାନେ ଚାଇନା ପାଇଁ କାମ ବନ୍ଦ ନକରନ୍ତି ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଚାଇନା କାମ କରିବାକୁ କିଛି ପୂର୍ବତନ ଯୁଦ୍ଧ ବିମାନ ପାଇଲଟଙ୍କ ନିକଟକୁ ଆସିଥିବା ଖବରର ଅଷ୍ଟ୍ରେଲିଆ ମଧ୍ୟ ଅନୁସନ୍ଧାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri