ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା ୬ କ୍ରିଉ ମେମ୍ବରଙ୍କ ମଧ୍ୟରୁ ୪ ଜଣ ପ୍ରାଣ ହରାଇଛନ୍ତି।
ଯୁଦ୍ଧ ଉପରେ ନଜର ରଖିଥିବା ଆମେରିକାର ସେଣ୍ଟ୍ରାଲ କମାଣ୍ଡ୍‌ ପକ୍ଷରୁ ଶୁକ୍ରବାର ଜାରି ଏକ ବିବୃତିରେ କୁହାଯାଇଛି, ଆକାଶରେ ଗୋଟିଏ ବିମାନରେ କେସି-୧୩୫ ଏୟାରକ୍ରାଫ୍ଟ ତୈଳ ଭର୍ତ୍ତି କରୁଥିବାବେଳେ ଏହା ଖସିପଡ଼ିଥିଲା। ଏହି ଅଘଟଣର କାରଣ ସ୍ପଷ୍ଟ ହୋଇନାହିଁ। ଏପରି କାହିଁକି ଘଟିଲା ସେନେଇ ତଦନ୍ତ ଚାଲିଛି। ତେବେ ଶତ୍ରୁପକ୍ଷର ଆକ୍ରମଣ ଯୋଗୁ ଏହା ଖସିପଡ଼ିନାହିଁ। ଫେବୃଆରୀ ୨୮ରେ ଯୁଦ୍ଧ ଆରମ୍ଭ ହେବା ପରଠୁ ଆମେରିକୀୟ ବିମାନ ଖସିବାରେ ଏହା ହେଉଛି ଚତୁର୍ଥ ଘଟଣା। ଅନ୍ୟପକ୍ଷେ ତୈଳ ଭର୍ତ୍ତି କରାଯାଇଥିବା ଅନ୍ୟ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିବା ଆମେରିକା ବାୟୁସେନା ସ୍ପଷ୍ଟ କରିଛି।
କେସି-୧୩୫ ଷ୍ଟ୍ରାଟୋଟ୍ୟାଙ୍କର ହେଉଛି ଆମେରିକା ବାୟୁସେନାର ଏକ ଏୟାରକ୍ରାଫ୍ଟ, ଯାହାକି ଆକାଶରେ ଅନ୍ୟ ଦୂରଗାମୀ ବିମାନଗୁଡ଼ିକୁ ତୈଳ ଯୋଗାଇଥାଏ। ଏପରି କି ଯୁଦ୍ଧ ସମୟରେ ଆହତ ସୈନ୍ୟମାନଙ୍କୁ ମଧ୍ୟ ଉଦ୍ଧାର କରି ଆମେରିକାକୁ ନେବା ସହ ସର୍ଭିଲାନ୍ସ ମିଶନରେ ନିୟୋଜିତ ହୋଇଥାଏ। ବୋଇଂ ୭୦୭ ବିମାନଟି ୬୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଆମେରିକା ବାୟୁସେନାରେ କାର୍ଯ୍ୟରତ ଥିଲା। ୧୯୬୦ ଦଶକରେ ଏହାର ଶେଷ ବିମାନ ନିର୍ମାଣ କରାଯାଇଥିଲା ବୋଲି ଦକ୍ଷିଣ କୋରିଆର ଏସିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ପଲିସି ଷ୍ଟଡିଜ୍‌ର ସୁରକ୍ଷା ବିଶେଷଜ୍ଞ ୟାଙ୍ଗ୍‌ ଉକ୍‌ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?