ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଆମେରିକା ରାଷ୍ଟ୍ରପତି: କହିଦେଲେ ଏମିତି କଥା..

ଓ୍ବାଶିଂଟନ୍‌,୨୭।୮: ଆମେରିକା ପ୍ରଧାନମନ୍ତ୍ରୀ ମୋଦିଙ୍କ ୟୁକ୍ରେନ ଗସ୍ତକୁ ଉପଭୋଗ କରୁଛନ୍ତି। ୭ ଘଣ୍ଟା ୟୁକ୍ରେନ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ କହିଥିଲେ, ଯୁଦ୍ଧକୁ ଶେଷ କରିବା ପାଇଁ ୟୁକ୍ରେନ ଏବଂ ରୁଷିଆ ଏକାଠି ବସିବା ଉଚିତ। ଶାନ୍ତି ଫେରାଇ ଆଣିବାରେ ଭାରତ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ।
ଏ ସମ୍ପର୍କରେ ବାଇଡେନ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ତାଙ୍କର ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତ ବିଷୟରେ ଆଲୋଚନା କରିବା ପାଇଁ କହିଥିଲି। ୟୁକ୍ରେନ ପାଇଁ ଶାନ୍ତି ଏବଂ ମାନବିକ ସହାୟତା ପାଇଁ ତାଙ୍କୁ ପ୍ରଶଂସା କରିଥିଲି। ଭାରତ-ପ୍ରଶାନ୍ତ ମହାସାଗରରେ ଶାନ୍ତି ଏବଂ ସମୃଦ୍ଧତା ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ଆମେ ଦୋହରାଇଛୁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ, ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତ ଏବଂ ବାଂଲାଦେଶରେ ସାମ୍ପ୍ରତିକ ବିକାଶ ପରେ ଏହା ଦୁଇ ନେତାଙ୍କ ମଧ୍ୟରେ ପ୍ରଥମ ବାର୍ତ୍ତାଳାପ।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ‘ଏକ୍ସ’ ରେ ଲେଖିଛନ୍ତି, ଆଜି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଫୋନରେ କଥା ହୋଇଥିଲେ। ଆମେ ୟୁକ୍ରେନର ପରିସ୍ଥିତିକୁ ଅନ୍ତର୍ଭୁକ୍ତ କରି ବିଭିନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ। ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ପାଇଁ ମୁଁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଦୋହରାଇଛି। ଆମେ ବାଂଲାଦେଶର ପରିସ୍ଥିତି ବିଷୟରେ ମଧ୍ୟ ଆଲୋଚନା କରିଛୁ। ସେଠାରେ ସ୍ବାଭାବିକତା ଫେରାଇ ଆଣିବା ଏବଂ ବାଂଲାଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ବିଶେଷ ଭାବରେ ହିନ୍ଦୁମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଉପରେ ଆମେ ଗୁରୁତ୍ୱାରୋପ କରିଛୁ।

କୌତୂହଳର ବିଷୟ ହେଉଛି, ସୋମବାର ମୋଦି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଙ୍କ ସହିତ ଫୋନରେ କଥା ହୋଇଥିଲେ। ଏହି ସମୟରେ ‘କ୍ୱାଡ’ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବାଇଡେନ ଏବଂ ଆଲବାନିଙ୍କ ସହ ତାଙ୍କର ଫୋନ ବାର୍ତ୍ତାଳାପ ଏପରି ଏକ ସମୟରେ ଆସିଛି। ଆସନ୍ତା ମାସରେ ନ୍ୟୁୟର୍କରେ ମିଳିତ ଜାତିସଂଘ ଶିଖର ସମ୍ମିଳନୀରେ ଚଳିତ ବର୍ଷର ‘କ୍ୱାଡ’ ଶିଖର ସମ୍ମିଳନୀ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri