ଗାଜାରେ ଖୁବ୍‌ଶୀଘ୍ର ପ୍ରତିଷ୍ଠା ହେବ ଶାନ୍ତି! ବଡ଼ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ୍‌,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଇସ୍ରାଏଲ ଏବଂ ହମାସ ଆମେରିକା ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏକ ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟରେ ସହମତ ହୋଇଛନ୍ତି। ଏହି ଚୁକ୍ତି ଗାଜାରେ ଚାଲିଥିବା ଯୁଦ୍ଧକୁ ବନ୍ଦ କରିବ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଶତ୍ରୁତା ବନ୍ଦ ହେବା ଫଳରେ ବନ୍ଦୀମାନଙ୍କୁ ମୁକ୍ତ କରାଯିବ। ହମାସ ଗୁରୁବାର (ଅକ୍ଟୋବର ୯) ଇଜିପ୍ଟରେ ସ୍ବାକ୍ଷରିତ ଏହି ଚୁକ୍ତିନାମାକୁ ଅନୁମୋଦନ କରିଛି।

ରାଷ୍ଟ୍ରପତି ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥଆଉଟରେ ଏକ ପୋଷ୍ଟ ଶେୟାର କରି କହିଛନ୍ତି, “ମୁଁ ଘୋଷଣା କରି ବହୁତ ଗର୍ବ ଅନୁଭବ ହେଉଛି ଯେ ଇସ୍ରାଏଲ ଏବଂ ହମାସ ଉଭୟ ଆମର ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟରେ ସହମତ ହୋଇଛନ୍ତି। ଏହାର ଅର୍ଥ ହେଉଛି ସମସ୍ତ ବନ୍ଧକଙ୍କୁ ବହୁତ ଶୀଘ୍ର ମୁକ୍ତ କରାଯିବ, ଏବଂ ଇସ୍ରାଏଲୀ ସେନା ଏକ ନିର୍ଦ୍ଦିଷ୍ଟ ସୀମାକୁ ପ୍ରତ୍ୟାହାର କରିବେ। ଏହା ସ୍ଥାୟୀ ଶାନ୍ତି ଦିଗରେ ପ୍ରଥମ ପଦକ୍ଷେପ।

ସେ କହିଛନ୍ତି, ସମସ୍ତ ପକ୍ଷଙ୍କ ସହିତ ନ୍ୟାୟପୂର୍ଣ୍ଣ ବ୍ୟବହାର କରାଯିବ। ଏହା ଆରବ ଏବଂ ମୁସଲିମ ବିଶ୍ୱ, ଇସ୍ରାଏଲ, ସମସ୍ତ ପଡ଼ୋଶୀ ଦେଶ ଏବଂ ଆମେରିକା ପାଇଁ ଏକ ବଡ଼ ଦିନ। ଆମେ କାତାର, ମିଶର ଏବଂ ତୁର୍କୀର ମଧ୍ୟସ୍ଥିମାନଙ୍କୁ ଧନ୍ୟବାଦ ଦେଉଛୁ ଯେଉଁମାନେ ଏହି ଐତିହାସିକ ସଫଳତାକୁ ସମ୍ଭବ କରିବାରେ ଆମକୁ ସାହାଯ୍ୟ କରିଛନ୍ତି।

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

ହଠାତ୍‌ ହଜାର ହଜାର ଟଙ୍କା କମିଗଲା ସୁନା ଦର: ରୁପା ଦର୍‌ରେ ବି ଲାଗିଲା ବ୍ରେକ୍‌

ନୂଆଦିଲ୍ଲୀ,୩୦।୧: କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ…

Featured Video Play Icon

ମହାତ୍ମା ଗାନ୍ଧୀ: ସତ୍ୟର ସାହସ ଏବଂ ଅହିଂସାର ଅତୁଟ ଆସ୍ଥା

ସତ୍ୟ ଓ ଅହିଂସାର ଶକ୍ତିରେ ସାରା ଦେଶକୁ ଏକତାର ସୂତ୍ରରେ ବାନ୍ଧିଥିବା ମହାତ୍ମା ଗାନ୍ଧୀଙ୍କ ଜୀବନ ଥିଲା ଅତି ସରଳ। ତାଙ୍କ ହାତରେ ନା ଥିଲା ଅସ୍ତ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri