କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ

ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ସୋମବାର ନିଜେ ଲାଇଭ୍‌ ଟିଭିରେ ଟିକା ନେଇଛନ୍ତି। ବାଇଡେନ ଟିକା ନେବା ବେଳେ ଏହାର ସିଧା ପ୍ରସାରଣ କରାଯାଇଛି। ନ୍ୟୁ ଜର୍ସିର ନ୍ୟୁୟର୍କଠାରେ ଥିବା ଖ୍ରୀଷ୍ଟିଆନା ହସ୍ପିଟାଲରେ ୭୮ ବର୍ଷିୟ ବାଇଡେନ ଫାଇଜର ଟିକା ନେଇଛନ୍ତି। ତାଙ୍କୁ ହସ୍ପିଟାଲର କର୍ମଚାରୀ ସ୍ବାସ୍ଥ୍ୟ ସେବାର ମୁଖ୍ୟ ତଥା ନର୍ସ ତାବେ ମାସା ଟିକାର ପ୍ରଥମ ଡୋଜ ଦେଇଛନ୍ତି। ଟିକା ନେବା ପରେ ବାଇଡେନ ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଛନ୍ତି।

ସେ ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମୀଙ୍କୁ ପ୍ରଶଂସା କରି କହିଛନ୍ତି, ଲୋକମାନେ ଟିକା ନେବାକୁ ପ୍ରସ୍ତୁତ ହୁଅନ୍ତି ବୋଲି ବାର୍ତ୍ତା ଦେବା ପାଇଁ ଆଜି ମୁଁ ସର୍ବସମ୍ମୁଖରେ ଟିକା ନେଇଛି। ଟିକା ନେବାରେ କୌଣସି ଅସୁବିଧା ନାହିଁ। ଟିକାର ପାର୍ଶ୍ୱପ୍ରତିକ୍ରିୟା ପାଇଁ ଆଦୌ ବ୍ୟସ୍ତ ହେବା ଦରକାର ନାହିଁ।
ଏବେ ଆମେରିକାରେ ଜରୁରୀ କାଳୀନ ଭିତ୍ତିରେ ଟିକାକରଣ କରାଯାଉଛି। ଆସନ୍ତା ବର୍ଷ ଠାରୁ ଦେଶର ବିଭିନ୍ନ ପ୍ରାନ୍ତରେ ସମୂହ ଟିକାକରଣ ଆରମ୍ଭ ହେବ। ଏହାପୂର୍ବରୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ବାଇଡେନ ଏହାର ଡୋଜ ଗ୍ରହଣ କରି ସମସ୍ତଙ୍କୁ ସକାରାତ୍ମକ ବାର୍ତ୍ତା ଦେବାକୁ ଚାହିଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri