ବର୍ତ୍ତମାନ ଯାଏଁ ଭାରତ ଗସ୍ତ କରିଛନ୍ତି ଏତେଜଣ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୯।୯: ଜି-୨୦ର ଅଧ୍ୟକ୍ଷତା କରି ଭାରତ ସମଗ୍ର ବିଶ୍ୱର ନଜର ନିଜ ଆଡକୁ ଟାଣି ଆଣିଛି। ଜି-୨୦ର ପ୍ରଥମ ଅଧିବେଶନ ଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଗ ନେବାକୁ ବିଶ୍ୱର ପ୍ରମୁଖ ନେତାମାନେ ଦିଲ୍ଲୀରେ ଏକାଠି ହୋଇଛନ୍ତି।

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ପହଞ୍ଚିଛନ୍ତି। ବାଇଡେନଙ୍କର ଏହା ପ୍ରଥମ ଭାରତ ଗସ୍ତ। ଶୁକ୍ରବାର ସେ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ କରି ଦୁଇ ନେତାଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା।

ମୋଦି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୩ ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଏଥିରେ ସେ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଏହାପୂର୍ବରୁ ୨୦୨୦ରେ ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ୨୦୧୫ରେ ମୋଦିଙ୍କ କାର୍ଯ୍ୟକାଳ ମଧ୍ୟରେ ଭାରତ ଗସ୍ତ କରିଥିଲେ।

ଭାରତ ଗସ୍ତରେ ଆସିଥିବା ପ୍ରଥମ ଆମେରିକୀୟ ରାଷ୍ଟ୍ରପତି ହେଉଛନ୍ତି ଡି ଆଇସେନହାଓ୍ବର। ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍‌ ନେହେରୁଙ୍କ କାର୍ଯ୍ୟକାଳ ସମୟରେ ୧୯୫୯ ଡିସେମ୍ବର ୯ରେ ଆଇସେନହାୱର ଭାରତ ଆସିଥିଲେ। ସେ ଭାରତୀୟ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିବା ସହ ଆଗ୍ରାର ବିଶ୍ୱ ପ୍ରସିଦ୍ଧ ତାଜମହଲକୁ ପରିଦର୍ଶନ କରିଥିଲେ। ୧୯୬୯ ଜୁଲାଇରେ ଭାରତ ଆସିଥିବା ଦ୍ୱିତୀୟ ରାଷ୍ଟ୍ରପତି ହେଉଛନ୍ତି ରିଚାର୍ଡ ନିକ୍ସନ। ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳ ସମୟରେ ସେ ଭାରତ ଗସ୍ତ କରିଥିଲେ।

ତୃତୀୟ ରାଷ୍ଟ୍ରପତି ଭାବେ ୧୯୭୮ ଜାନୁୟାରୀରେ ଜିମି କାର୍ଟର ତିନି ଦିନିଆ ଗସ୍ତରେ ଭାରତ ଆସିଥିଲେ। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଥିଲେ ମୋରାରଜୀ ଦେଶାଇ। ୨୦୦୦ମସିହା ମାର୍ଚ୍ଚ ୨୧ରେ ଚତୁର୍ଥ ରାଷ୍ଟ୍ରପତି ଭାବେ ବିଲ କ୍ଲିଣ୍ଟନ ଭାରତ ଆସିଥିଲେ। ସେ ଭାରତକୁ ପାଞ୍ଚଦିନିଆ ଗସ୍ତରେ ଆସିଥିଲେ। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଥିଲେ ଅଟଳ ବିାହରୀ ବାଜପେୟୀ। ୨୦୦୬ ମାର୍ଚ୍ଚ ୧ରେ ଜର୍ଜ ଡବ୍ଲୁ ବୁଶ ୩ଦିନିଆ ଗସ୍ତରେ ଭାରତ ଆସିଥିଲେ। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଥିଲେ ମନମୋହନ ସିଂ। ସେହିପରି ମନମୋହନଙ୍କ କାର୍ଯ୍ୟକାଳ ସମୟରେ ବାରାକ ଓବାମା ଭାରତ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri