ହ୍ୱାଇଟ ହାଉସରେ ସମ୍ପନ୍ନ ହେଲା ବାଇଡେନଙ୍କ ନାତୁଣୀ ନାଓମିଙ୍କ ବିବାହ

ୱାଶିଂଟନ,୨୦ ।୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାତୁଣୀ ନାଓମି ବାଇଡେନଙ୍କର ରବିବାର ହ୍ୱାଇଟ ହାଉସରେ ବିବାହ ସମ୍ପନ୍ନ ହୋଇଛି । ହ୍ୱାଇଟ ହାଉସରେ ଆୟୋଜିତ ଏକ ପ୍ରାଇଭେଟ ପାର୍ଟିରେ ସେ ପିଟର ନୀଲଙ୍କୁ ବିବାହ କରିଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ନାଓମି ସାଉଥ ଲନରେ ବିବାହ କରିଛନ୍ତି ।

ମିଡିଆ ରିପୋର୍ଟ ଅନୁଯାୟୀ ପ୍ରାୟ ଗୋଟିଏ ଦଶକରୁ ଅଧିକ ସମୟ ପରେ ଏମିତି ପ୍ରଥମ ଥର ହୋଇଛି ହ୍ୱାଇଟ ହାଉସରେ ଏକ ବିବାହ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । କେବଳ ଏତିକି ନୁହେଁ ହ୍ୱାଇଟ ହାଉସ ଇତିହାସରେ ପ୍ରଥମ ଥର ଲାଗି କୌଣସି ରାଷ୍ଟ୍ରପତିଙ୍କ ନାତି/ନାତୁଣୀଙ୍କର ବିବାହ ହୋଇଛି । ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ହ୍ୱାଇଟ ହାଉସରେ ବିବାହ ପରେ ସେଠାରେ ଲଞ୍ଚ କରାଯାଇଥିଲା ଯେଉଁଥିରେ ବାଇଡେନ ପରିବାରର ନିକଟତମମାନେ ସାମିଲ ହୋଇଥିଲେ ।
ନିଜ ନାତୁଣୀଙ୍କ ବାହାଘରକୁ ନେଇ ଉତ୍ସାହିତ ଥିବା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡି ଜିଲ ବାଇଡେନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେମାନେ ଟୁଇଟ କରି କହିଛନ୍ତି ନାଓମି ଓ ପିଟର ତୁମକୁ ଶୁଭେଚ୍ଛା, ଆମେ ତୁମକୁ ଭଲପାଉ ।
ସୂଚନାଯୋଗ୍ୟ, ୨୦୨୧ରେ ନାଓମି ଓ ପିଟର ଏକ ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ସେମାନଙ୍କ ବିବାହ ଘୋଷଣା କରିଥିଲେ । ସେମାନଙ୍କ ଏହି ପୋଷ୍ଟ ପରେ କମେଣ୍ଟ ବକ୍ସରେ ସେମାନଙ୍କ ପ୍ରଶଂସକ ଶୁଭେଚ୍ଛା ଜଣାଇ ସ୍ୱାଗତ କରିଥିଲେ । ମିଡିଆ ରିପୋର୍ଟ ଅନୁଯାୟୀ, ବର୍ଷ ଆରମ୍ଭରୁ ହିଁ ଏମାନେ ସୂଚନା ଦେଇଥିଲେ କି ଏମାନେ କେଉଁଠି ବିବାହ କରିବେ ।
ସୂଚନା ଅନୁଯାୟୀ, ହ୍ୱାଇଟ ହାଉସରେ ୨୦୧୩ରେ ଶେଷ ଥର ପାଇଁ ଏକ ବିବାହ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରପତିଙ୍କ ଫଟୋଗ୍ରାଫର ପିଟ ସୁଜା ରୋଜ ଗାର୍ଡନରେ ତାଙ୍କ ପାର୍ଟନର ପଟ୍ଟି ଲିଜଙ୍କ ସହ ବିବାହ ପାଇଁ ଉଭୟ ଏକାଠି ରହିବାକୁ କଥା ଦେଇଥିଲେ ।
୨୮ ବର୍ଷିୟା ନାଓମି ବାଇଡେନ କଲମ୍ବିଆ ଲ ସ୍କୁଲରେ ପାଠ ପଢିଛନ୍ତି । ଏପଟେ ପିଟର ବି ଆଇନ ଛାତ୍ର । ଏହା ପୂର୍ବରୁ ହ୍ୱାଇଟ ହାଉସର କିଛି କାର୍ଯ୍ୟକ୍ରମରେ ସେ ଇଣ୍ଟର୍ନଶିପ କରି ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?