ଆମେରିକାର ଚାପ: ଇରାନ ସହିତ ପାକିସ୍ତାନ ବିଲିୟନ ଡଲାର ଗ୍ୟାସ ପାଇପଲାଇନ ପ୍ରକଳ୍ପ ବନ୍ଦ କଲା ପାକିସ୍ତାନ…

ଇସଲାମାବାଦ,୭।୮ : ଇରାନ ସହିତ ପାକିସ୍ତାନ ସାମୟିକ ଭାବେ ଏକ ବିଲିୟନ ଡଲାର ଗ୍ୟାସ ପାଇପଲାଇନ ଚୁକ୍ତି ବନ୍ଦ କରି ଦେଇଛି। ଆମେରିକାର ଚାପ ଯୋଗୁଁ ପାକିସ୍ତାନ ଏହି ନିଷ୍ପତ୍ତି ନେଇଛି ବୋଲି ମିଡିଆ ରିପୋର୍ଟରେ ଦର୍ଶାଯାଇଛି। ପାକିସ୍ତାନ ଇରାନ ସହିତ ଗ୍ୟାସ ପାଇପଲାଇନ ପ୍ରକଳ୍ପରୁ ଶସ୍ତା ଗ୍ୟାସ ପାଇବାର ଥିଲା, କିନ୍ତୁ ଇରାନର ଆଣବିକ କାର୍ଯ୍ୟକ୍ରମ ଉପରେ ଆମେରିକାର ପ୍ରତିବନ୍ଧକ ଯୋଗୁଁ ପାକିସ୍ତାନ ବର୍ତ୍ତମାନ ଏହି ପ୍ରକଳ୍ପରୁ ପଛଘୁଞ୍ଚା ଦେଇଛି।

ସମ୍ପ୍ରତି ପାକିସ୍ତାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏଭଳି ପରିସ୍ଥିତିରେ ପାକିସ୍ତାନ ସରକାର ତିନି ବିଲିୟନ ଡଲାର ଋଣ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ଆଲୋଚନା କରୁଛନ୍ତି। ଆଇଏମଏଫ ସହିତ ହୋଇଥିବା ଚୁକ୍ତିରେ କୌଣସି ଅସୁବିଧା ହେବା ଉଚିତ ନୁହେଁ ବୋଲି ବିଶ୍ୱାସ କରାଯାଉଛି। ତେଣୁ ପାକିସ୍ତାନ ଇରାନ ଗ୍ୟାସ ପାଇପ ଲାଇନ ପ୍ରକଳ୍ପରୁ ବାହାରି ଯାଇଛି। ପୂର୍ବରୁ ଏହି ଗ୍ୟାସ ପାଇପଲାଇନ ପ୍ରକଳ୍ପରେ ଭାରତ ମଧ୍ୟ ଜଡିତ ଥିଲା କିନ୍ତୁ ପରେ ଭାରତ ଏହି ଚୁକ୍ତିରୁ ବାହାରି ଆସିଥିଲା।

ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ କରିଛି ବାହ୍ୟ ଚାପ କାରଣରୁ ଇସଲାମାବାଦ ଇରାନ ଗ୍ୟାସ ପାଇପଲାଇନ ପ୍ରକଳ୍ପ ଉପରେ ଅଙ୍କୁଶ ଲଗାଇଛି। ଯେପର୍ଯ୍ୟନ୍ତ ଇରାନ ଆମେରିକାର ପ୍ରତିବନ୍ଧକରୁ ମୁକ୍ତି ପାଇବ ନାହିଁ କିମ୍ବା ଆମେରିକା ପାକିସ୍ତାନକୁ ନ ଆସିବ ସେ ପର୍ଯ୍ୟନ୍ତ ପାକିସ୍ତାନ ଏହି ପ୍ରକଳ୍ପ ସହିତ ଆଗକୁ ବଢ଼ିପାରିବ ନାହିଁ। ପାକିସ୍ତାନ ଶକ୍ତି ସଙ୍କଟର ସମ୍ମୁଖୀନ ହେଉଛି, ଏଭଳି ପରିସ୍ଥିତିରେ ଇରାନ-ପାକିସ୍ତାନ ଗ୍ୟାସ ପାଇପଲାଇନ କାମ ବନ୍ଦ କରିବା ଏହା ପାଇଁ ଏକ ବଡ ଝଟକା ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri