ଭାରତ ଯାତ୍ରାକୁ ଆମେରିକାର ମନା, ବଳାତ୍କାର-ଆତଙ୍କବାଦ ଘଟଣା ବଢୁଥିବା କହିଲା…

ଓ୍ବାଶିଂଟନ, ୨୬।୧ : ଆମେରିକାର ଜୋ ବାଇଡେନ ପ୍ରଶାସନ ଏହାର ନାଗରିକମାନଙ୍କୁ ଜମ୍ମୁ-କଶ୍ମୀରରେ କରୋନା, ବଳାତ୍କାର ଏବଂ ଆତଙ୍କବାଦ ଘଟଣା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଭାରତକୁ ଯାତ୍ର କରିବା ନେଇ ମନା କରିଛନ୍ତି। ଭାରତ ଯାତ୍ରା ଉପରେ ପୁନର୍ବିଚାର କରିବାକୁ ସରକାରଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି।
ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆମେରିକା ଭାରତ ଯାତ୍ରା ନେଇ ଲେବୁଲ-୩ସ୍ତରୀୟ ସ୍ବାସ୍ଥ୍ୟ ନୋଟିସ୍‌ ଜାରି କରିଥିଲା।

ଆମେରିକା କହିଛି ଯେ, ଆତଙ୍କବାଦ ଏବଂ ଅଶାନ୍ତି ଦୃଷ୍ଟିରୁ ଆମେରିକାର ନାଗରିକମାନେ ଜମ୍ମୁ-କଶ୍ମୀରର ପୂର୍ବ ଲଦାଖ ଅଞ୍ଚଳ ଏବଂ ଏହାର ରାଜଧାନୀ ଲେହ ବ୍ୟତୀତ ଅନ୍ୟ ଅଞ୍ଚଳକୁ ଯାତ୍ରା କରିବା ଉଚିତ ନୁହେଁ। ଭାରତ-ପାକିସ୍ଥାନ ସୀମାର ୧୦ କିଲୋମିଟର ମଧ୍ୟରେ ଯାତ୍ରା କରିବାକୁୂ ଆମେରିକା ଏହାର ନାଗରିକଙ୍କୁ ବାରଣ କରିଛି। ଏସବୁ ଅଞ୍ଚଳରେ ସଶସ୍ତ୍ର ସଂଘର୍ଷର ଆଶଙ୍କା ରହିଥିବା ଆମେରିକାର ଯାତ୍ରା ପରାମର୍ଶ ସତର୍କ ସୂଚନାରେ ଉଲ୍ଲେଖ କରାଯାଇଛି।

ଆମେରିକା ପାକିସ୍ତାନ ଯାତ୍ରାକୁ ପରାମର୍ଶ ବେୁଲ-୩ସ୍ତରରେ ରଖିଛି। ଆମେରିକା କହିଛି ଯେ ପାକିସ୍ତାନରେ ଆତଙ୍କବାଦ ଏବଂ ବିଚ୍ଛିନ୍ନତାବାଦୀ ହିଂସା ବଢ଼ିବାରେ ଲାଗିଛି। କେବଳ ଏତିକି ନୁହେଁ ପାକିସ୍ତାନର କିଛି ଅଞ୍ଚଳରେ ଜୀବନ ଉପରେ ବିପଦ ଯଥେଷ୍ଟ ବୃଦ୍ଧି ପାଇଛି।

ସେହିପରି ଆମେରିକା ଏହାର ନାଗରିକମାନଙ୍କୁ ବାଲୁଚିସ୍ତାନ ଏବଂ ଖାଇବର ପାସ୍ତୁତନଖୱା ପ୍ରଦେଶକୁ ନ ଯିବାକୁ କହିଛି। ଏହି ଅଞ୍ଚଳରେ ଆତଙ୍କବାଦ ଏବଂ ଅପହରଣ ଘଟଣା ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri