ଭାରତରେ କରୋନାଜନିତ ୫୦ଲକ୍ଷ ମୃତ୍ୟୁ: ରିପୋର୍ଟ

ଓ୍ବାଶିଂଟନ୍‌,୨୧।୭: କରୋନା ଦ୍ୱିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କରୋନା ଦୈନିକ ସଂକ୍ରମଣ ସ୍ଥିର ରହୁଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହରର ବିପଦ ଏବେ ବଢ଼ିବାରେ ଲାଗିଛି। ପୂର୍ବରୁ କରୋନା ଦ୍ୱିତୀୟ ଲହର ଭାରତରେ ତାଣ୍ଡବ ରଚିଥିବା ବେଳେ ସରକାରୀ ତଥ୍ୟ ଅନୁସାରେ ଏଥିରେ ପ୍ରାୟ ୪ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ଏହାରି ଭିତରେ ଆମେରିକା ଏକ ରିପୋର୍ଟ ଜାରି କରିଛି। ଯେଉଁଥିରେ ଭାରତ ସରକାରଙ୍କ ରିପୋର୍ଟ ତୁଳନାରେ ମୃତ୍ୟୁ ସଂଖ୍ୟା ୧୦ଲକ୍ଷ ଗୁଣା ଅଧିକ ରହିଛି। ଅର୍ଥାତ୍‌ ୨୦୨୦ରୁ ୨୦୨୧ ମଧ୍ୟରେ ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମଣରେ ୫୦ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। ଏନେଇ ମଙ୍ଗଳବାର ଓ୍ବାଶିଂଟନ୍‌ ସ୍ଥିତ ସେଣ୍ଟର ଫର୍‌ ଗ୍ଲୋବାଲ ଡେଭଲ୍ପମେଣ୍ଟ (ସିଜିଡି) ଏକ ରିପୋର୍ଟ ଜାରି କରି ଦାବି କରିଛି। ସେରୋଲୋଜିକାଲ ଷ୍ଟଡି, ଘରକୁ ଘର ସର୍ଭେ ଓ ରାଜ୍ୟ ସ୍ତରରେ ନଗର ନିଗମର ସରକାରୀ ତଥ୍ୟ ଓ ଅନ୍ତର୍ଜାତୀୟ ଆକଳନ ଉପରେ ଏହି ରିପୋର୍ଟ ଆଧାରିତ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଏହି ରିପୋର୍ଟର ବିଶେଷତ୍ୱ ହେଉଛି ରିପୋର୍ଟର ଲେଖକଙ୍କ ମଧ୍ୟରେ ମୋଦି ସରକାରଙ୍କ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଅରବିନ୍ଦ ସୁବ୍ରମଣ୍ୟମ ମଧ୍ୟ ସାମିଲ ରହିଛନ୍ତି। ତେବେ ସ୍ବାଧୀନତା ପରଠାରୁ ଏହା ଭାରତର ସବୁଠାରୁ ବଡ ଦୁଃଖଦ ଘଟଣା ବୋଲି ସିଜିଡି ପକ୍ଷରୁ କୁହାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ଭାରତରେ କରୋନା ଯୋଗୁ ଏପର୍ଯ୍ୟନ୍ତ ୪,୧୮,୪୭୦ ଜଣଙ୍କର ମୃତ୍ୟୁ ଘଟିଛି। ଯାହା ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି। ସେହିପରି ଆମେରିକାରେ କରୋନାଜନିତ ୬୦,୯୦୦୦ ଏବଂ ବ୍ରାଜିଲରେ ୫୪,୨୦୦୦ ମୃତ୍ୟୁ ଘଟିଛି। ସିଜିଡ଼ି ରିପୋର୍ଟ ଅନୁସାରେ କରୋନାରେ ସର୍ବାଧିକ ମୃତ୍ୟୁ ଆମେରିକାରେ ହୋଇଛି। ପୂର୍ବରୁ ଅନେକ ସଂସ୍ଥା ମଧ୍ୟ ଆମେରିକା କ୍ଷେତ୍ରରେ ସମାନ ଦାବି କରିଥିଲେ। ଅନ୍ୟପଟେ ଉକ୍ତ ଗବେଷଣା ସଂସ୍ଥାର ରିପୋର୍ଟ ପରେ ଏବେ କେନ୍ଦ୍ର ସରକାରଙ୍କ କୋଭିଡ ମୃତ୍ୟୁ ରିପୋର୍ଟ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୭ା୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?