Odisha Elections 2024

ଇମ୍ରାନଙ୍କ ଗିରଫ ନେଇ ଆମେରିକାର ପ୍ରତିକ୍ରିୟା: ଆଇନର କରାଯାଉ ପାଳନ…

ଓ୍ବାଶିଂଟନ,୧୦।୫ : ମଙ୍ଗଳବାର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି। ଏହା ପରେ ଇମ୍ରାନ ଖାନଙ୍କ ସମର୍ଥକମାନେ ଏହାକୁ ତୀବ୍ର ବିରୋଧ କରିଛନ୍ତି। ଇମ୍ରାନଙ୍କ ଗିରଫଦାରୀକୁ ନେଇ ଆମେରିକା ପ୍ରତିକ୍ରିୟା ରଖିଛି। ପାକିସ୍ତାନରେ ହୋଇଥିବା ଅନୈତିକତାକୁ ନେଇ ଆମେରିକା ପ୍ରତିକ୍ରିୟା ପ୍ରକାଶ କରି ପାକିସ୍ତାନରେ ଗଣତାନ୍ତ୍ରିକ ନୀତି ତଥା ଆଇନର ଶାସନକୁ ସମ୍ମାନ ଦେବାକୁ ଆହ୍ବାନ ଦେଇଛି।

ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର କହିଛନ୍ତି କୌଣସି ନେତାଙ୍କ ପାଇଁ ସେମାନଙ୍କର କୌଣସି ଆଦର୍ଶ ନାହିଁ। ପାକିସ୍ତାନରେ ଇମ୍ରାନ ଖାନଙ୍କ ନାଟକୀୟ ଗିରଫଦାରୀକୁ ନେଇ ସେ ଗଣତାନ୍ତ୍ରିକ ନୀତିକୁ ସମ୍ମାନ ଦେବାକୁ କହିଛନ୍ତି।

ମୁଖପାତ୍ର କହିଛନ୍ତି, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀ ବିଷୟରେ ଆମେ ଅବଗତ। ଆମେ ଯେପରି ପୂର୍ବରୁ କହିଛୁ, ଗୋଟିଏ ରାଜନୈତିକ ପ୍ରାର୍ଥୀ କିମ୍ବା ଅନ୍ୟ ଦଳ ବିରୁଦ୍ଧରେ ଆମେରିକାର କୌଣସି ଆଭିମୁଖ୍ୟ ନାହିଁ। ଆମେ ସମଗ୍ର ବିଶ୍ୱରେ ଗଣତାନ୍ତ୍ରିକ ନୀତି ଏବଂ ଆଇନର ଶାସନକୁ ସମ୍ମାନ ଦେବା ପାଇଁ ଆହ୍ବାନ କରୁଛୁ।

ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ଆମେ ନିଶ୍ଚିତ କରିବାକୁ ଚାହୁଁଛୁ ପାକିସ୍ତାନରେ ଯାହା ଘଟୁଛି ତାହା ଆଇନ ଶୃଙ୍ଖଳା, ସମ୍ବିଧାନ ଅନୁଯାୟୀ ଅଟେ। ବ୍ରିଟେନର ବୈଦେଶିକ ସଚିବ ଜେମ୍ସ କ୍ଲିଭର୍ଲି କହିଛନ୍ତି, ଆମେ ପାକିସ୍ତାନରେ ଶାନ୍ତିପୂର୍ଣ୍ଣ ଗଣତନ୍ତ୍ର ଦେଖିବାକୁ ଚାହୁଁଛୁ। ଆମେ ଆଇନର ନିୟମ ଦେଖିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ...

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri