ଇମ୍ରାନଙ୍କ ଗିରଫ ନେଇ ଆମେରିକାର ପ୍ରତିକ୍ରିୟା: ଆଇନର କରାଯାଉ ପାଳନ…

ଓ୍ବାଶିଂଟନ,୧୦।୫ : ମଙ୍ଗଳବାର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି। ଏହା ପରେ ଇମ୍ରାନ ଖାନଙ୍କ ସମର୍ଥକମାନେ ଏହାକୁ ତୀବ୍ର ବିରୋଧ କରିଛନ୍ତି। ଇମ୍ରାନଙ୍କ ଗିରଫଦାରୀକୁ ନେଇ ଆମେରିକା ପ୍ରତିକ୍ରିୟା ରଖିଛି। ପାକିସ୍ତାନରେ ହୋଇଥିବା ଅନୈତିକତାକୁ ନେଇ ଆମେରିକା ପ୍ରତିକ୍ରିୟା ପ୍ରକାଶ କରି ପାକିସ୍ତାନରେ ଗଣତାନ୍ତ୍ରିକ ନୀତି ତଥା ଆଇନର ଶାସନକୁ ସମ୍ମାନ ଦେବାକୁ ଆହ୍ବାନ ଦେଇଛି।

ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର କହିଛନ୍ତି କୌଣସି ନେତାଙ୍କ ପାଇଁ ସେମାନଙ୍କର କୌଣସି ଆଦର୍ଶ ନାହିଁ। ପାକିସ୍ତାନରେ ଇମ୍ରାନ ଖାନଙ୍କ ନାଟକୀୟ ଗିରଫଦାରୀକୁ ନେଇ ସେ ଗଣତାନ୍ତ୍ରିକ ନୀତିକୁ ସମ୍ମାନ ଦେବାକୁ କହିଛନ୍ତି।

ମୁଖପାତ୍ର କହିଛନ୍ତି, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀ ବିଷୟରେ ଆମେ ଅବଗତ। ଆମେ ଯେପରି ପୂର୍ବରୁ କହିଛୁ, ଗୋଟିଏ ରାଜନୈତିକ ପ୍ରାର୍ଥୀ କିମ୍ବା ଅନ୍ୟ ଦଳ ବିରୁଦ୍ଧରେ ଆମେରିକାର କୌଣସି ଆଭିମୁଖ୍ୟ ନାହିଁ। ଆମେ ସମଗ୍ର ବିଶ୍ୱରେ ଗଣତାନ୍ତ୍ରିକ ନୀତି ଏବଂ ଆଇନର ଶାସନକୁ ସମ୍ମାନ ଦେବା ପାଇଁ ଆହ୍ବାନ କରୁଛୁ।

ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ଆମେ ନିଶ୍ଚିତ କରିବାକୁ ଚାହୁଁଛୁ ପାକିସ୍ତାନରେ ଯାହା ଘଟୁଛି ତାହା ଆଇନ ଶୃଙ୍ଖଳା, ସମ୍ବିଧାନ ଅନୁଯାୟୀ ଅଟେ। ବ୍ରିଟେନର ବୈଦେଶିକ ସଚିବ ଜେମ୍ସ କ୍ଲିଭର୍ଲି କହିଛନ୍ତି, ଆମେ ପାକିସ୍ତାନରେ ଶାନ୍ତିପୂର୍ଣ୍ଣ ଗଣତନ୍ତ୍ର ଦେଖିବାକୁ ଚାହୁଁଛୁ। ଆମେ ଆଇନର ନିୟମ ଦେଖିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?