ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କଲା ଆମେରିକା

ୱାଶିଂଟନ,୩ ।୩: ଭାରତର ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ଦୁଇ ଦିନିଆ ବୈଠକ ଶେଷ ହେବା ପରେ ଆମେରିକା ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କରିଛି । ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ ଗୁରୁବାର ଏକ ପ୍ରେସ ବ୍ରିଫିଙ୍ଗରେ କହିଛନ୍ତି, ଯେଉଁଭଳି ଭାବେ ଭାରତ ଜି ୨୦ରେ ନେତୃତ୍ୱ ନେଲା ସେଥିପାଇଁ ଭାରତ ନିକଟରେ ଆମେ କୃତଜ୍ଞ । ଆମର ସହଭାଗିତା ବୈଦେଶିକମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏବଂ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ମଧ୍ୟରେ ଆଲୋଚନାର ବିଷୟ ହୋଇଥିଲା । ଭାରତ ସହ ଆମର ସମ୍ପର୍କ ମୂଲ୍ୟବାନ । ଏହି ବର୍ଷ ମଧ୍ୟରେ ଅନେକ କାର୍ଯ୍ୟ କରିବାକୁ ପଡିବ । ହେଲେ ଜି-୨୦ର ନେତୃତ୍ୱ ନେଇ ଭାରତ ଏକ ଆଶାଜନକ ଆରମ୍ଭ କରିବାକୁ ଯାଇଛି ।

ନେଡ ଆହୁରି ମଧ୍ୟ କହିଛନ୍ତି ଯେ ଭାରତ ସହ ଆମେରିକାର ସହଭାଗୀତା ହେଉଛି ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ସମ୍ପର୍କ ଏବଂ ସେମାନେ ଭାରତ ସହ ମିଶି କାର୍ଯ୍ୟ କରିପାରିବେ, ଯାହା ଉଭୟ ଦେଶ ପାଇଁ ପ୍ରାଥମିକତା, ଯେଉଁଥିରେ ପାରସ୍ପରିକ ସମୃଦ୍ଧତା, ଗଣତନ୍ତ୍ରକୁ ସମର୍ଥନ କରିବା, ଜଳବାୟୁ ସଙ୍କଟକୁ ଦୂର କରିବା ଓ ନିୟମ ଭିତ୍ତିକ ଶୃଙ୍ଖଳା ବଜାୟ ରଖିବା । ହେଲେ ଭାରତ-ପ୍ରଶାନ୍ତ ସନ୍ଦର୍ଭରେ ଭାରତ ପାଇଁ ଆମେରିକା ବିଶେଷ ଗୁରୁତ୍ୱପୂର୍ଣ୍ଣ । ଏହା ଏକ ସ୍ୱତନ୍ତ୍ର ଓ ଖୋଲା ଇଣ୍ଡୋ-ପାସିଫିକ ଅଞ୍ଚଳ ଗଠନ ଏବଂ ସଂରକ୍ଷଣ କରିବାରେ ସାହାଯ୍ୟ କରୁଛି, ଯାହା ଆମ ଭାରତୀୟ ପ୍ରତିପକ୍ଷଙ୍କ ସହ ଅଂଶୀଦାର ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri