ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ସାଂଘାତିକ ଖୁଲାସା କଲେ ଆମେରିକା ବୈଦେଶିକ ମନ୍ତ୍ରୀ: ଟ୍ରମ୍ପ କରିଥିଲେ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୮।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଆଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବାରମ୍ବାର ଦାବି ପରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଦାବି କରିଛନ୍ତି। ରୁବିଓ ଦାବି କରିଛନ୍ତି, ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଥିଲା, ସେତେବେଳେ ଆମେରିକା ସିଧାସଳଖ ଏଥିରେ ସାମିଲ ଥିଲା। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ପଡ଼ୋଶୀଙ୍କ ମଧ୍ୟରେ ଶାନ୍ତି ପ୍ରତିଷ୍ଠା କରିବାରେ ସଫଳ ହୋଇଥିଲେ।
ଟ୍ରମ୍ପ ମେ ୧୦ ତାରିଖରୁ ବାରମ୍ବାର ତାଙ୍କର ଦାବିକୁ ଦୋହରାଇଛନ୍ତି, ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଶେଷ କରିବାରେ ସାହାଯ୍ୟ କରିଥିଲେ ଏବଂ ଉଭୟ ଦେଶକୁ କହିଥିଲେ, ଯଦି ସେମାନେ ସଂଘର୍ଷ ବନ୍ଦ କରନ୍ତି, ତେବେ ଆମେରିକା ସେମାନଙ୍କ ସହିତ ବହୁତ ବାଣିଜ୍ୟ କରିବ। କିନ୍ତୁ ଭାରତ ଲଗାତାର କହି ଆସୁଛି ଯେ, ଉଭୟ ସେନାର ସାମରିକ ଅଭିଯାନ ମହାନିର୍ଦ୍ଦେଶକ (DGMO)ଙ୍କ ମଧ୍ୟରେ ସିଧାସଳଖ ଆଲୋଚନା ପରେ ପାକିସ୍ତାନ ସହିତ ସାମରିକ ମୁକାବିଲା ସମାପ୍ତ କରିବାର ଚୁକ୍ତି ହୋଇଛି।

ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ EWTNର ‘ଦି ୱାଲର୍‌ଡ ଓଭର’ କାର୍ଯ୍ୟକ୍ରମ ପାଇଁ ଏକ ସାକ୍ଷାତକାରରେ କହିଥିଲେ, ଟ୍ରମ୍ପ ଶାନ୍ତି ପ୍ରତି ପ୍ରତିବଦ୍ଧ ଏବଂ ସେ ‘ଶାନ୍ତିର ରାଷ୍ଟ୍ରପତି’। ଏହି କାରଣରୁ ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା, ଆମେ ଏଥିରେ ସିଧାସଳଖ ସାମିଲ ହୋଇଥିଲୁ ଏବଂ ରାଷ୍ଟ୍ରପତି ଟ୍ରମ୍ପ ଶାନ୍ତି ସ୍ଥାପନ କରିପାରିଥିଲେ।

ମାର୍କୋ ରୁବିଓ କାମ୍ବୋଡିଆ-ଥାଇଲାଣ୍ଡ, ଆଜରବାଇଜାନ-ଆମେରିଆ, ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋ ଏବଂ ରୱାଣ୍ଡା ମଧ୍ୟରେ ସଂଘର୍ଷ ସମେତ ଅନ୍ୟାନ୍ୟ ସଂଘର୍ଷର କଥା ମଧ୍ୟ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଟ୍ରମ୍ପ ସେଗୁଡ଼ିକୁ ସମାଧାନ କରିବାରେ ମଧ୍ୟ ସାହାଯ୍ୟ କରିଥିଲେ। ସେ ଏହି ପଦକ୍ଷେପଗୁଡ଼ିକ ପାଇଁ ଗର୍ବିତ। ଆମେ ଯୁଦ୍ଧକୁ ରୋକିବା ଏବଂ ସମାପ୍ତ କରିବା ପାଇଁ ବହୁତ ସମୟ ଉତ୍ସର୍ଗ କରୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri