ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ସାଂଘାତିକ ଖୁଲାସା କଲେ ଆମେରିକା ବୈଦେଶିକ ମନ୍ତ୍ରୀ: ଟ୍ରମ୍ପ କରିଥିଲେ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୮।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଆଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବାରମ୍ବାର ଦାବି ପରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଦାବି କରିଛନ୍ତି। ରୁବିଓ ଦାବି କରିଛନ୍ତି, ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଥିଲା, ସେତେବେଳେ ଆମେରିକା ସିଧାସଳଖ ଏଥିରେ ସାମିଲ ଥିଲା। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ପଡ଼ୋଶୀଙ୍କ ମଧ୍ୟରେ ଶାନ୍ତି ପ୍ରତିଷ୍ଠା କରିବାରେ ସଫଳ ହୋଇଥିଲେ।
ଟ୍ରମ୍ପ ମେ ୧୦ ତାରିଖରୁ ବାରମ୍ବାର ତାଙ୍କର ଦାବିକୁ ଦୋହରାଇଛନ୍ତି, ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଶେଷ କରିବାରେ ସାହାଯ୍ୟ କରିଥିଲେ ଏବଂ ଉଭୟ ଦେଶକୁ କହିଥିଲେ, ଯଦି ସେମାନେ ସଂଘର୍ଷ ବନ୍ଦ କରନ୍ତି, ତେବେ ଆମେରିକା ସେମାନଙ୍କ ସହିତ ବହୁତ ବାଣିଜ୍ୟ କରିବ। କିନ୍ତୁ ଭାରତ ଲଗାତାର କହି ଆସୁଛି ଯେ, ଉଭୟ ସେନାର ସାମରିକ ଅଭିଯାନ ମହାନିର୍ଦ୍ଦେଶକ (DGMO)ଙ୍କ ମଧ୍ୟରେ ସିଧାସଳଖ ଆଲୋଚନା ପରେ ପାକିସ୍ତାନ ସହିତ ସାମରିକ ମୁକାବିଲା ସମାପ୍ତ କରିବାର ଚୁକ୍ତି ହୋଇଛି।

ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ EWTNର ‘ଦି ୱାଲର୍‌ଡ ଓଭର’ କାର୍ଯ୍ୟକ୍ରମ ପାଇଁ ଏକ ସାକ୍ଷାତକାରରେ କହିଥିଲେ, ଟ୍ରମ୍ପ ଶାନ୍ତି ପ୍ରତି ପ୍ରତିବଦ୍ଧ ଏବଂ ସେ ‘ଶାନ୍ତିର ରାଷ୍ଟ୍ରପତି’। ଏହି କାରଣରୁ ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା, ଆମେ ଏଥିରେ ସିଧାସଳଖ ସାମିଲ ହୋଇଥିଲୁ ଏବଂ ରାଷ୍ଟ୍ରପତି ଟ୍ରମ୍ପ ଶାନ୍ତି ସ୍ଥାପନ କରିପାରିଥିଲେ।

ମାର୍କୋ ରୁବିଓ କାମ୍ବୋଡିଆ-ଥାଇଲାଣ୍ଡ, ଆଜରବାଇଜାନ-ଆମେରିଆ, ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋ ଏବଂ ରୱାଣ୍ଡା ମଧ୍ୟରେ ସଂଘର୍ଷ ସମେତ ଅନ୍ୟାନ୍ୟ ସଂଘର୍ଷର କଥା ମଧ୍ୟ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଟ୍ରମ୍ପ ସେଗୁଡ଼ିକୁ ସମାଧାନ କରିବାରେ ମଧ୍ୟ ସାହାଯ୍ୟ କରିଥିଲେ। ସେ ଏହି ପଦକ୍ଷେପଗୁଡ଼ିକ ପାଇଁ ଗର୍ବିତ। ଆମେ ଯୁଦ୍ଧକୁ ରୋକିବା ଏବଂ ସମାପ୍ତ କରିବା ପାଇଁ ବହୁତ ସମୟ ଉତ୍ସର୍ଗ କରୁ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri