ଆମେରିକାର କଲରାଡୋରେ ଫୁଟିଲା ଗୁଳି ୧ ମୃତ, ୪ ଆହତ

କଲରାଡୋ,୬ ।୨: ଆମେରିକାରେ ଲଗାତାର ଗୁଳିକାଣ୍ଡ ଘଟଣା ଏବେ ସମସ୍ତଙ୍କୁ ଯେମିତି ଚିନ୍ତାରେ ପକାଇ ଦେଇଛି । କଲରାଡୋର ଫାଲକନ ଅଞ୍ଚଳରେ ରବିବାର ଅର୍ଥାତ୍ ୫ ଫେବୃୟାରୀରେ ଗୁଳି ଫୁଟିଥିବା ଖବର ଆସିଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଆହତ ହୋଇଥିବା କୁହାଯାଉଛି । ଏଲ ପାସୋ କାଉଣ୍ଟି ଶେରିଫ କାର୍ଯ୍ୟାଳୟ ପକ୍ଷରୁ ଏକ ବୟାନରେ କୁହାଯାଇଛି କି ଯାଞ୍ଚ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଓ କେତେକ ଲୋକଙ୍କ ଦେହରେ ଗୁଳି ବାଜିଥିବା ଦେଖିଥିଲେ । ୫ ଜଣ ଗୁରୁତର ବ୍ୟକ୍ତିଙ୍କୁ ହସ୍ପିଟାଲ ପଠାଇ ଦିଆଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ହସ୍ପିଟାଲରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କର ଏବେ ଚିକିତ୍ସା ଚାଲିଛି । ରବିବାର ରାତି ପ୍ରାୟ ୧୨ଟା ୫୦(ସ୍ଥାନୀୟ ସମୟ)ରେ ଏଲ ପାସୋ କାଉଣ୍ଟି ଶେରିଫର ଅଫିସ କମ୍ୟୁନିକେଶନ ସେଣ୍ଟରକୁ କିଛି ଫୋନ କଲ ଆସିଥିଲା, ଯେଉଁଥିରେ ଗୁଳି ଫୁଟିବାର ଶବ୍ଦ ଶୁଭିଥିଲା ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଚଳିତ ମାସରେ କାଲିଫର୍ନିଆରେ ହୋଇଥିବା ଗୁଳିକାଣ୍ଡରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରେ ୬ ମାସର ଜଣେ ଶିଶୁ ବି ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri