ଆମେରିକା- ଦକ୍ଷିଣ କୋରିଆ ଉଡ଼ାଇଲେ ୨୦ ଯୁଦ୍ଧ ବିମାନ, କିମ୍‌ଙ୍କ ଚିନ୍ତା ବଢ଼ିଲା …

ଓ୍ବାଶିଂଟନ/ସିଓଲ, ୮।୬ : ଉତ୍ତର କୋରିଆ ସହ ତିକ୍ତତା ମଧ୍ୟରେ ଆମେରିକା ଏବଂ ଦକ୍ଷିଣ କୋରିଆର ୨୦ଟି ଯୁଦ୍ଧ ବିମାନ ମଙ୍ଗଳବାର ଦକ୍ଷିଣ କୋରିଆର ପଶ୍ଚିମ ଉପକୂଳରେ ଉଡ଼ି ବୁଲିଛି। ଏହି ଯୁଦ୍ଧ ବିମାନଗୁଡ଼ିକର ଉଡ଼ାଣ ପଛର ଉଦ୍ଦେଶ୍ୟ ଥିଲା ଯଦି ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ କୌଣସି ପ୍ରତିକ୍ରିୟା ପ୍ରକାଶ କରନ୍ତି ତେବେ ଏହାର ପ୍ରତିଶୋଧ ନିଆଯିବ।

ଦକ୍ଷିଣ କୋରିଆର ଚିଫ୍‌ ଅଫ୍‌ ଷ୍ଟାଫ୍‌ କହିଛନ୍ତି ଯେ ଏଫ -୩୫ ଷ୍ଟିଲଥ୍‌ ଯୁଦ୍ଧ ବିମାନ ସମେତ ୧୬ ଟି ଦକ୍ଷିଣ କୋରିଆ ଯୁଦ୍ଧ ବିମାନ ଉଡ଼ାଣ ଭରିଥିବାବେଳେ ଚାରିଟି ଆମେରିକୀୟ ଏଫ୍‌-୧୬ ଯୁଦ୍ଧ ବିମାନ ମଧ୍ୟ ଏଥିରେ ସାମିଲ ଥିଲେ। ଉତ୍ତେଜନାମୂଳକ କାର୍ଯ୍ୟକଳାପ ପରେ ଉତ୍ତର କୋରିଆ ସମ୍ମୁଖରେ ଦକ୍ଷତା ପ୍ରଦର୍ଶନ କରିବା ସେମାନଙ୍କର ଉଦ୍ଦେଶ୍ୟ ଥିଲା ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷଣର ଜବାବରେ ସୋମବାର ଆମେରିକା ଏବଂ ଦକ୍ଷିଣ କୋରିଆ ବାହିନୀ ସମୁଦ୍ର ଭିତରକୁ ଆଠଟି ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଛନ୍ତି। ଆକ୍ରମଣର ଶୀଘ୍ର ଏବଂ ସଠିକ ଜବାବ ଦେବା ପାଇଁ ଉତ୍ତର କୋରିଆର ଦକ୍ଷତା ପ୍ରଦର୍ଶନ କରିବାକୁ ଏହି ଉତକ୍ଷେପଣ ଉଦ୍ଦିଷ୍ଟ ଥିଲା ବୋଲି କୁହାଯାଉଛି।

ସେହିପରି ଆମେରିକାର ଡେପୁଟି ସେକ୍ରେଟେରୀ ୱେଣ୍ଡି ଶେରମାନ ମଙ୍ଗଳବାର ଚେତାବନୀ ଦେଇଛନ୍ତି ଯେ ଯଦି କିମ୍‌ ପୁଣି ଆଣବିକ ପରୀକ୍ଷା କରନ୍ତି ତେବେ ଏହାର କଡ଼ା ଜବାବ ଦିଆଯିବ। ୱେଣ୍ଡି ବର୍ତ୍ତମାନ ଦକ୍ଷିଣ କୋରିଆରେ ଅଛନ୍ତି, ଯେଉଁଠାରେ ସେ ଜାପାନ ଏବଂ ଦକ୍ଷିଣ କୋରିଆର ନେତାମାନଙ୍କୁ ଭେଟି ସାମ୍ପ୍ରତିକ ଉତ୍ତେଜନା ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଜାରି ରଖିଛନ୍ତି। ମାତ୍ର ଏହାକୁ ଅଣଦେଖା କରି ଉତ୍ତର କୋରିଆ ଏହାର ଉତ୍ତର-ପୂର୍ବ ସହର ପୁଙ୍ଗୟେ-ରିରେ ଆଉ ଏକ ଆଣବିକ ପରୀକ୍ଷଣ କରିବାକୁ ପ୍ରସ୍ତୁତ ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri