ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ ଶୁଳ୍କକୁ ବେଆଇନ ଘୋଷଣା କରି ରଦ୍ଦ କରିଛନ୍ତି।

ମୁଖ୍ୟ ବିଚାରପତି ଜନ ରବର୍ଟସ୍‌ଙ୍କ ନେତୃତ୍ୱରେ ୬-୩ ବହୁମତରେ ଏହି ନିଷ୍ପତ୍ତି ଶୁଣାଯାଇଛି। କୋର୍ଟ ନିମ୍ନ ଅଦାଲତର ସେହି ଆଦେଶକୁ ବଜାୟ ରଖିଛନ୍ତି, ଯେଉଁଥିରେ ଟ୍ରମ୍ପଙ୍କ ଟାରିଫ ନୀତିକୁ ଅସମ୍ବିଧାନିକ କୁହାଯାଇଥିଲା।

କୋର୍ଟଙ୍କ କହିବା ଅନୁଯାୟୀ, ୧୯୭୭ର ଏକ ଜରୁରୀକାଳୀନ ଆଇନକୁ ଭୁଲ ଭାବେ ବ୍ୟବହାର କରି ଟ୍ରମ୍ପ ନିଜ କ୍ଷମତାର ସୀମା ଅତିକ୍ରମ କରିଛନ୍ତି। କେବଳ ଜରୁରୀ ପରିସ୍ଥିତି ପାଇଁ ଉଦ୍ଦିଷ୍ଟ ଏହି ଆଇନକୁ ବ୍ୟବହାର କରି ବ୍ୟାପକ ଭାବେ ଟାରିଫ ଲଗାଇବା ବେଆଇନ। ଆମେରିକୀୟ ସମ୍ବିଧାନ ଅନୁଯାୟୀ, ଟ୍ୟାକ୍ସ କିମ୍ବା ଟାରିଫ ଧାର୍ଯ୍ୟ କରିବା ଅଧିକାର କେବଳ ‘କଂଗ୍ରେସ’ (ସଂସଦ) ପାଖରେ ଅଛି, ରାଷ୍ଟ୍ରପତିଙ୍କ ପାଖରେ ନୁହେଁ।

ତେବେ କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବିଶ୍ୱ ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଭାରତ ସମେତ ଅନେକ ଦେଶ ଟ୍ରମ୍ପଙ୍କ ଏହି ଟାରିଫ ନୀତି ଯୋଗୁ ପ୍ରଭାବିତ ହେଉଥିଲେ। ଆନୁମାନିକ ଭାବେ ଟ୍ରମ୍ପ ପ୍ରଶାସନକୁ ଏପର୍ଯ୍ୟନ୍ତ ସଂଗ୍ରହ କରାଯାଇଥିବା ପ୍ରାୟ ୧୭୫-୧୮୦ ବିଲିୟନ ଡଲାର ଟାରିଫ ଅର୍ଥ ବିଭିନ୍ନ କମ୍ପାନୀମାନଙ୍କୁ ଫେରସ୍ତ କରିବାକୁ ପଡ଼ିପାରେ। କହିବାକୁ ଗଲେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପାଖରେ ବିକଳ୍ପ ସୀମିତ ହୋଇଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri