Posted inଜାତୀୟ

କୋଲକାତାରେ ସେମିକଣ୍ଡକ୍ଟର ପ୍ଲାଣ୍ଟ କରିବ ଆମେରିକା

ନୂଆଦିଲ୍ଲୀ,୨୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଶନିବାର ରାତିରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ଏମ୍‌କ୍ୟୁ-୯ବି ଡ୍ରୋନ୍‌, ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ ସମେତ ବିଭିନ୍ନ ପ୍ରସଙ୍ଗ ସ୍ଥାନ ପାଇଥିଲା। ଆସନ୍ତା ଫେବୃଆରୀରେ ଆମେରିକା ୩୧ଟି ଏମ୍‌କ୍ୟୁ-୯ବି ପ୍ରିଡେଟର ଡ୍ରୋନ୍‌ ଭାରତକୁ ବିକ୍ରି କରିବ। ୩.୯୯ ବିଲିୟନ ଡଲାରର ଏହି ପ୍ରସ୍ତାବକୁ ଓ୍ବାଶିଂଟନ ଅନୁମୋଦନ କରିଛି। ସେଥିରୁ ଭାରତୀୟ ନୌସେନାକୁ ୧୫ଟି ସି ଗାର୍ଡିଆନ୍‌ ଡୋନ୍‌ ମିଳିବାକୁ ଥିବାବେଳେ ବାୟୁସେନା ଏବଂ ସ୍ଥଳସେନାକୁ ୮ଟି ଲେଖାଏ ସ୍କାଏ ଗାର୍ଡିଆନ୍‌ ଡ୍ରୋନ୍‌ ମିଳିବ। ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପାଇଁ ଆମେରିକା ସମର୍ଥନ ଜଣାଇବ ବୋଲି ବାଇଡେନ୍‌ କହିଛନ୍ତି। ଏଥିସହିତ ଆମେରିକା ସହାୟତାରେ କୋଲକାତାରେ ଏକ ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ ପାଇଁ ଆଲୋଚନା ହୋଇଛି।
କ୍ୱାଡ୍‌ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓ ବାଇଡେନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଭାରତ ଏବଂ ଆମେରିକା ମଧ୍ୟରେ ବିସ୍ତୃତ ବୈଶ୍ୱିକ ରଣନୀତିକ ସହଭାଗିତା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ବିଭିନ୍ନ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗରେ ଉଭୟ ନେତା ମତ ବିନିମୟ କରିଥିଲେ। ପ୍ରଧାନମନ୍ତ୍ରୀ ଆମେରିକା ରାଷ୍ଟ୍ରପତିଙ୍କୁ ରୁପାର ଟ୍ରେନ୍‌ ମଡେଲ ଏବଂ ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ଙ୍କୁ ଏକ ପଶ୍ମିନା ଶାଲ୍‌ ଉପହାର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri