Posted inଜାତୀୟ

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫ କୋର୍‌ର ଜେସିଓ ଲ୍ୟୁଟନାଟ୍‌ ଜେନେରାଲ ଦେବେନ୍ଦ୍ର ପ୍ରତାପ ପାଣ୍ଡେ ଜେକେଏଲଆଇ ରେଜିମେଣ୍ଟାଲ ସେଣ୍ଟରରେ ପାଶିଂ ଆଉଟ୍‌ ପରେଡରେ ଯୋଗ ଦେଇ ଏଭଳି କହିଛନ୍ତି। ଆମେରିକା ସୈନ୍ୟ ହଟିଲେ ଜମ୍ମୁ-କଶ୍ମୀରର ଆତଙ୍କବାଦୀ ଅନୁପ୍ରବେଶ ଘଟଣା ବୃଦ୍ଧି ପାଇବାର ଆଶଙ୍କା ରହିଥିବା ସେ କହିଛନ୍ତି। ମାତ୍ର ଭାରତୀୟ ମିଳିତ ସୁରକ୍ଷାକର୍ମୀ ଯେ କୌଣସି ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ। ରାଜନୈତିକ ପ୍ରକ୍ରିୟା ଏବଂ ସୁରକ୍ଷା ସ୍ଥିତି ଦୁଇ ଭିନ୍ନ ଭିନ୍ନ ପ୍ରସଙ୍ଗ। ରାଜନୈତିକ ଆଲୋଚନା ସବୁବେଳେ ଜାରି ରହିଛି ଏବଂ ରହିବ ମଧ୍ୟ। କିନ୍ତୁ ସୁରକ୍ଷା ସ୍ଥିତିର ମୁକାବିଲା ଭିନ୍ନ ଭିନ୍ନ ସ୍ତରରେ କରାଯାଉଛି। ନିୟନ୍ତ୍ରଣ ରେଖାରେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ସମ୍ମୁଖରେ ଥିବା ପାକିସ୍ତାନ ଫରଓ୍ବାର୍ଡ ନିକଟରେ ୫ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍‌ ସକ୍ରିୟ ରହିଥିବା ସେ କହିଛନ୍ତି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା କୌଣସି ଆତଙ୍କବାଦୀ ଅନୁପ୍ରବେଶ ଘଟଣା ଘଟି ନ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri