ୟୁକ୍ରେନ୍‌ ପାଇଁ ସହାୟତା ଘୋଷଣା କଲେ ଆମେରିକା-ବ୍ରିଟେନ…

ଓ୍ବାଶିଂଟନ/ଲଣ୍ଡନ/କ୍ୱିଭ୍‌,୨୪।୧୧ : ଆମେରିକା ୟୁକ୍ରେନକୁ ୪୦ କୋଟି ଡଲାରର ଏକ ସହାୟତା ପ୍ୟାକେଜ ପଠାଉଛି। ହ୍ବାଇଟ ହାଉସ ପକ୍ଷରୁ ଏହି ସୂଚନା ଜାରି ହୋଇଛି। ଏହି ନୂତନ ସହାୟତା ପ୍ୟାକେଜ ସମେତ ଫେବୃଆରୀ ୨୪ ରେ ରୁଷିଆ ଆକ୍ରମଣ ପରେ ଆମେରିକା ୟୁକ୍ରେନକୁ ୧୯ ବିଲିୟନ ଡଲାରରୁ ଅଧିକ ଅସ୍ତ୍ରଶସ୍ତ୍ର ଏବଂ ଅନ୍ୟାନ୍ୟ ଉପକରଣ ପଠାଇ ସାରିଛି।

ଏହି ସମୟ ମଧ୍ୟରେ ବ୍ରିଟେନ ମଧ୍ୟ ୟୁକ୍ରେନକୁ ଏକ ସହାୟତା ପ୍ୟାକେଜ ପଠାଇବ, ଯେଉଁଥିରେ ୧୦ ହଜାର ଅତିରିକ୍ତ ଆର୍ଟିଲିରି ଗୁଳିଗୋଳା ଅନ୍ତର୍ଭୁକ୍ତ। ବ୍ରିଟେନର ପ୍ରତିରକ୍ଷା ମନ୍ତ୍ରୀ ବେନ ୱେଲ୍ସ ନରୱେ ଗସ୍ତ ସମୟରେ ଏହି ଘୋଷଣା କରିଛନ୍ତି। ବ୍ରିଟେନ ସରକାର କହିଛନ୍ତି ଯେ ଅତିରିକ୍ତ ଗୁଳିଗୋଳା ୟୁକ୍ରେନର ପ୍ରତିରକ୍ଷା କ୍ଷମତା ବୃଦ୍ଧି କରିବ। ଏହା ବ୍ୟତୀତ ସି କିଙ୍ଗ ହେଲିକପ୍ଟରର ପ୍ରଥମ ବ୍ୟାଚ ୟୁକ୍ରେନକୁ ପ୍ରମୁଖ ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ପାଇଁ ପଠାଯିବ। ୱେଲ୍ସ କହିଛନ୍ତି, ୟୁକ୍ରେନ ପାଇଁ ଆମର ସମର୍ଥନ ନିରନ୍ତର। ଅତିରିକ୍ତ ଆର୍ଟିଲିରି ରାଉଣ୍ଡ ୟୁକ୍ରେନକୁ ଲଢ଼େଇରେ ସାହାଯ୍ୟ କରିବ।

ସମ୍ପ୍ରତି ବ୍ରିଟେନ ଲେଜର-ଗାଇଡଡେଡ ବ୍ରେମଷ୍ଟୋନ କ୍ଷେପଣାସ୍ତ୍ରର ଏକ ଅପଡେଟ ମଡେଲ ୟୁକ୍ରେନକୁ ସାମରିକ ସହାୟତା ଭାବରେ ପଠାଇଛି, ଯାହା ପୂର୍ବ ଡିଜାଇନ ଠାରୁ ଦୁଇଗୁଣ ଅଧିକ ଶକ୍ତିଶାଳୀ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri