ଆମେରିକା-ବ୍ରିଟେନ-ଅଷ୍ଟ୍ରେଲିଆ ନିର୍ମାଣ କରିବେ ହାଇପରସୋନିକ କ୍ଷେପଣାସ୍ତ୍ର, ଚାଇନାକୁ ମିଳିବ କଡ଼ା ଜବାବ…

ଓ୍ବାଶିଂଟନ, ୭।୪ : ଆମେରିକା, ବ୍ରିଟେନ ଏବଂ ଅଷ୍ଟ୍ରେଲିଆ କହିଛନ୍ତି ଯେ ନିକଟରେ ଗଠିତ ସୁରକ୍ଷା ସହଯୋଗୀ ’ଓକସ’ ଅଧୀନରେ ଏକ ହାଇପରସୋନିକ କ୍ଷେପଣାସ୍ତ୍ର ନିର୍ମାଣ ପାଇଁ ସେମାନେ ମିଳିତ ଭାବେ କାର୍ଯ୍ୟ କରିବେ। ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ବୃଦ୍ଧି ପାଉଥିବା ସାମରିକ କାର୍ଯ୍ୟକଳାପକୁ ଦୃଷ୍ଟିରେ କଡ଼ା ଜବାବ ଦେବାକୁ ତିନି ଦେଶ ଏହି ଘୋଷଣା କରିଛନ୍ତି।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ଓକସର ଅଗ୍ରଗତି ବିଷୟରେ ବିଚାର କରିବା ପରେ ଏହି ଯୋଜନା ଘୋଷଣା କରିଛନ୍ତି। ମିଳିତ ବିବୃତ୍ତିରେ ନେତାମାନେ କହିଛନ୍ତି ଯେ ସୂଚନା ବାଣ୍ଟିବା ଏବଂ ପ୍ରତିରକ୍ଷା ନବସୃଜନ ଉପରେ ସହଯୋଗକୁ ତ୍ୱରାନ୍ବିତ କରିବା ସହିତ ହାଇପରସୋନିକ, ଆଣ୍ଟି ହାଇପରସୋନିକ ସିଷ୍ଟମ ଏବଂ ଇଲୋକ୍ଟ୍ରୋନିକ୍‌ ଯୁଦ୍ଧ କ୍ଷମତା ଉପରେ ଏକ ନୂତନ ତ୍ରିପାକ୍ଷିକ ସହଯୋଗ ପାଇଁ ସେମାନେ ପ୍ରତିଶ୍ରୁତିବଦ୍ଧ।

ଗତ ବର୍ଷ ଚୀନ ଏହି ପରୀକ୍ଷା କରିଥିଲା। ଏହା ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଥିଲା। ଆମେରିକାର ଜଏଣ୍ଟ୍‌ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଜେନେରାଲ ମାର୍କ ମିଲି ଗତ ବର୍ଷ ଅକ୍ଟୋବରରେ ନିଶ୍ଚିତ କରିଥିଲେ ଯେ ଚାଇନା ଏକ ହାଇପରସୋନିକ କ୍ଷେପଣାସ୍ତ୍ର ପ୍ରଣାଳୀ ପରୀକ୍ଷା କରିଛି। ପରେ ଚାଇନାକୁ ଠିକଣା ଜବାବ ଦେବାକୁ ଆମେରିକା ପକ୍ଷରୁ ଯୋଜନାବଦ୍ଧ ଭାବେ ମିଳିତ ସାମୁଖ୍ୟ ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri