ଇସ୍ରାଏଲର ସମର୍ଥନରେ ଆମେରିକା, ବ୍ରିଟେନ, ଫ୍ରାନ୍ସ ଏବଂ ଇଟାଲୀ: ହମାସର ଚିନ୍ତା ବଢ଼ିଲା…

ଜେରୁଜେଲମ, ୧୦।୧୦: ଆତଙ୍କବାଦୀ ସଂଗଠନ ହମାସର ଆକ୍ରମଣ ପରେ ଇସ୍ରାଏଲ ଆନୁଷ୍ଠାନିକ ଭାବେ ଯୁଦ୍ଧ ଘୋଷଣା କରିଛି। ଅକ୍ଟୋବର ୭ ରେ ହମାସ ଆତଙ୍କବାଦୀଙ୍କ ଦ୍ୱାରା ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣ ପରେ ଇସ୍ରାଏଲ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ କ୍ରମାଗତ ବିବାଦ ଲାଗି ରହିଛି। ଏହି ସମୟରେ, ବିଶ୍ୱ ବହୁ ଦେଶ ଇସ୍ରାଏଲକୁ ସମର୍ଥନ କରି ଏକତା ପ୍ରଦର୍ଶନ କରିଛନ୍ତି। ଏଥି ସହିତ, ଅନ୍ୟ ଅନେକ ଦେଶ ପାଲେଷ୍ଟାଇନକୁ ମଧ୍ୟ ସମର୍ଥନ କରିଛନ୍ତି।

ଦୁଇ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ୧୩୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ହମାସ ଆକ୍ରମଣରେ ଏପର୍ଯ୍ୟନ୍ତ ୯୦୦ ଇସ୍ରାଏଲ ନାଗରିକଙ୍କର ମୃତ୍ୟୁ ହୋଇଥିବାବେଳେ ୬୮୦ ଜଣ ପାଲେଷ୍ଟାଇନଙ୍କର ଇସ୍ରାଏଲ ଆକ୍ରମଣରେ ମୃତ୍ୟୁଘଟିଛି। ଯୁଦ୍ଧ ମଧ୍ୟରେ ଇସ୍ରାଏଲର ବୈଦେଶିକ ମନ୍ତ୍ରଣାଳୟ ଦାବି କରିଛି ଯେ ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ ପ୍ରାୟ ୮୪ ଦେଶ ହମାସ ଆକ୍ରମଣକୁ ନିନ୍ଦା କରିଛନ୍ତି। ଏହା ବ୍ୟତୀତ ଇରାନ ସମେତ ମଧ୍ୟ ପୂର୍ବ ଦେଶଗୁଡିକ ହମାସକୁ ପଛରୁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛନ୍ତି।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲକୁ ସମର୍ଥନ କରିଛନ୍ତି। ଇସ୍ରାଏଲକୁ ସାହାଯ୍ୟ କରିବା ପାଇଁ ଆମେରିକା ଯୁଦ୍ଧ ଜାହାଜ ଏବଂ ଯୁଦ୍ଧ ବିମାନ ପଠାଇଛି। ରାଷ୍ଟ୍ରପତି ବାଇଡେନ ମଧ୍ୟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହା ସହିତ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଇସ୍ରାଏଲକୁ ସମର୍ଥନ କରିବା ବିଷୟରେ କହିଛନ୍ତି।

ଆମେରିକା, ଜର୍ମାନୀ, ଫ୍ରାନ୍ସ ଏବଂ ଇଟାଲୀ ମିଳିତ ବିବୃତ୍ତି ଜାରି କରି ଇସ୍ରାଏଲକୁ ସମର୍ଥନ କରିଛନ୍ତି ଯେଉଁଥିରେ ସେମାନେ ଏହି ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri