ଆମେରିକା ୟୁନିଭର୍ସିଟିରେ ଶୁଭିଲା ଗୁଳି ଫୁଟିବାର ଶବ୍ଦ

ଓ୍ବାଶିଂଟନ,୮।୪: ଆମେରିକାର ଓକଲାହୋମ ୟୁନିଭର୍ସିଟିରେ ଜଣେ ସକ୍ରିୟ ଶୁଟରଙ୍କ ପକ୍ଷରୁ ଫାୟାରିଂ କରାଯାଇଛି। ୟୁନିଭର୍ସିଟି ପ୍ରଶାସନ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି। ଟୁଇଟରେ କୁହାଯାଇଛି କି ୟୁନିଭର୍ସିଟିର ନର୍ମନ କ୍ୟାମ୍ପସରେ ଗୁଳି ଫୁଟିବାର ଶବ୍ଦ ଶୁଭିଛି। ସାଉଥ ଓଭାଲ ଆଡକୁ ଯାଆନ୍ତୁ ନାହିଁ। ଯେଉଁଠି ସୁରକ୍ଷିତ ସ୍ଥାନ ଦେଖୁଛନ୍ତି ସେଠାରେ ଲୁଚି ଯାଆନ୍ତୁ।
ୟୁନିଭର୍ସିଟି ପକ୍ଷରୁ ଏହା ପୂର୍ବରୁ ସ୍ଥାନିୟ ସମୟ ଅନୁସାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଟୁଇଟରେ କୁହାଯାଇଥିଲା କି କ୍ୟାମ୍ପସର ଭ୍ୟାନ ପ୍ଲିଟ ଓଭାଲରେ ସକ୍ରିୟ ଶୁଟର ଘୁରି ବୁଲୁଛନ୍ତି। ତୁରନ୍ତ ଆକ୍ସନ ନିଆଯାଉ। ଦୌଡ, ଲୁଚ, ଲଢ। ସ୍ଥାନୀୟ ମିଡିଆ ପକ୍ଷରୁ ୟୁନିଭର୍ସିଟି ନିକଟରୁ ଯେଉଁ ଫୁଟେଜ ଜାରି କରଯାଇଛି ସେଥିରେ ପୋଲିସ ଓ ସ୍ବାଟ ଟିମକୁ କ୍ୟାମ୍ପସ ବାହାରେ ଘେରାବନ୍ଦୀ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri