Posted inଜାତୀୟ

US Vice President J D Vanceଙ୍କ ଭାରତ ଗସ୍ତ ଦ୍ୱିପାକ୍ଷୀୟ ସମ୍ପର୍କକୁ ଆହୁରି ମଜଭୁତ କରିବ: ଭାରତ

ନୂଆଦିଲ୍ଲୀ,୧୭।୪: ଭାରତ ବୁଧବାର କହିଛି ଯେ, ଆମେରିକା ଉପ-ରାଷ୍ଟ୍ରପତି ଜେ.ଡି. ଭାନ୍ସଙ୍କ ଆସନ୍ତା ଭାରତ ଭ୍ରମଣ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷୀୟ ସମ୍ପର୍କକୁ ‘ଆଉ ଅଧିକ ମଜଭୁତ’ କରିବ ଓ ଏହି ସମ୍ପର୍କରେ ସମସ୍ତ ‘ସମ୍ପୃକ୍ତ ବିଷୟ’ ଉପରେ ଆଲୋଚନା ହେବ।
ବୈଦେଶିକ କାର୍ଯ୍ୟମନ୍ତ୍ରାଳୟ (MEA) ପକ୍ଷରୁ କଥାହେଉଥିବା ବକ୍ତବ୍ୟରେ ମନ୍ତ୍ରଣାଳୟର ପ୍ରବକ୍ତା ରନଧୀର ଜୟସୱାଲ କହିଛନ୍ତି ଯେ, Vanceଙ୍କ ଭ୍ରମଣ ସମୟରେ ବ୍ୟାପାର ଓ ଶୁଳ୍କ ସମ୍ପର୍କିତ ବିଷୟଗୁଡ଼ିକ ଭାରତୀୟ ନେତାମାନଙ୍କ ସହିତ ଆଲୋଚନାର ମୁଖ୍ୟ ବିଷୟ ହେବ।
J D Vanceଏପ୍ରିଲ ୨୧ରୁ ଆରମ୍ଭ ହେଉଥିବା ଚାରି ଦିନିଆ ଭାରତ ଭ୍ରମଣ କରିବେ, ଯେଉଁ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସାକ୍ଷାତ୍‌ କରିବେ। ଏହି ବୈଠକରେ ଦୁଇ ଦେଶ ମଧ୍ୟରେ ପ୍ରସ୍ତାବିତ ବ୍ୟାପାରକୁ ଶୀଘ୍ର ଅନ୍ତିମ ରୂପ ଦେବା ଉଦ୍ଦେଶ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବା ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ନିଶାମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ପ୍ରତିଶ୍ରୁତି ଦେଇ ଥାନାଧିକାରିଣୀ କହିଲେ…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ…

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri