କିମ୍‌ଙ୍କୁ ଆମେରିକାର ଚେତାବନୀ, ଆଣବିକ ପରୀକ୍ଷଣ କଲେ ମିଳିବ କଡ଼ା ଜବାବ…

ଓ୍ବାଶିଂଟନ, ୭।୬ : ଆମେରିକାର ଡେପୁଟି ସେକ୍ରେଟେରୀ ୱେଣ୍ଡି ଶେରମାନ ମଙ୍ଗଳବାର ଚେତାବନୀ ଦେଇଛନ୍ତି ଯେ ଯଦି ଉତ୍ତର କୋରିଆ ଆଣବିକ ପରୀକ୍ଷଣ କରେ ତେବେ ଏହାର କଡ଼ା ଜବାବ ଦିଆଯିବ। ୱେଣ୍ଡି ଏବେ ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ଅଛନ୍ତି, ଯେଉଁଠାରେ ସେ ଜାପାନ ଏବଂ ଦକ୍ଷିଣ କୋରିଆର ନେତାମାନଙ୍କୁ ଭେଟି ସାମ୍ପ୍ରତିକ ଉତ୍ତେଜନା ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବେ।

ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ଏଭଳି କାର୍ଯ୍ୟ ନେଇ ଓ୍ବେଣ୍ଡି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଛନ୍ତି।

ଆମେରିକା ଏବଂ ଦକ୍ଷିଣ କୋରିଆର ଅଧିକାରୀମାନେ କହିଛନ୍ତି ଯେ ଉତ୍ତର କୋରିଆ ଏହାର ଉତ୍ତର-ପୂର୍ବ ସହର ପୁଙ୍ଗୟେ-ରିରେ ଥିବା ପରମାଣୁ ପରୀକ୍ଷଣ ଅଞ୍ଚଳରେ ଆଉ ଏକ ଆଣବିକ ପରୀକ୍ଷା ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ଏହାପୂର୍ବରୁ, ଉତ୍ତର କୋରିଆ ସେପ୍ଟେମ୍ବର ୨୦୧୭ରେ ସମାନ ସ୍ଥାନରେ ଆଣବିକ ପରୀକ୍ଷଣ କରିଥିଲା। ଉତ୍ତର କୋରିଆ ଏହାର ଆନ୍ତଃମହାଦେଶୀୟ ବାଲିଷ୍ଟିକ କ୍ଷେପଣାସ୍ତ୍ର ପାଇଁ ଡିଜାଇନ ହୋଇଥିବା ଥର୍ମୋନ୍ୟୁକ୍ଲିୟର ୱାରହେଡ ପରୀକ୍ଷା କରିଥିବା ଦାବି କରିଥିଲା।

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନ କହିଛି ଯେ ଯଦି କିମ୍‌ ପୁଣି ଆଣବିକ ପରୀକ୍ଷଣ କରନ୍ତି ତେବେ ଉତ୍ତର କୋରିଆ ଉପରେ ଅତିରିକ୍ତ ଅନ୍ତର୍ଜାତୀୟ କଟକଣା ଲାଗୁ କରାଯିବ। ଦକ୍ଷିଣ କୋରିଆର ଡେପୁଟି ବୈଦେଶିକ ମନ୍ତ୍ରୀ ଚୋ ହୁନ-ଡୋଙ୍ଗଙ୍କ ସହ ସାକ୍ଷାତ ପରେ ଶେରମାନ କହିଛନ୍ତି ଯେ ଉତ୍ତର କୋରିଆ ଦ୍ୱାରା କରାଯିବାକୁ ଥିବା ଯେ କୌଣସି ଆଣବିକ ପରୀକ୍ଷା ଜାତିସଂଘ ସୁରକ୍ଷା ପରିଷଦର ସଂକଳ୍ପଗୁଡିକର ସମ୍ପୂର୍ଣ୍ଣ ଉଲ୍ଲଂଘନ ହେବ। ଏଭଳି ପରୀକ୍ଷଣ ଉପରେ ଦୃଢ଼ ପଦକ୍ଷେପ ଗ୍ରହଣ କରାଯିବ ଏବଂ ଏହାର ଉପଯୁକ୍ତ ଉତ୍ତର ଦିଆଯିବ ବୋଲି ସେ କହିଛନ୍ତି।

ଆମେରିକାର ଡେପୁଟି ସେକ୍ରେଟେରୀ କହିଛନ୍ତି ଯେ ଆମେ ଉତ୍ତର କୋରିଆକୁ ଏହାର ଅସ୍ଥିରତା ତଥା ଉତ୍ତେଜନାମୂଳକ କାର୍ଯ୍ୟକଳାପ ବନ୍ଦ କରିବାକୁ ଏବଂ କୂଟନୈତିକ ପଥ ବାଛିବା ପାଇଁ ଅନୁରୋଧ ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri