ୟୁକ୍ରେନକୁ ସମର୍ଥନ କରିବା ପାଇଁ ପଛଘୁଞ୍ଚା ଦେବ ନାହିଁ ଆମେରିକା: ବାଇଡେନ

ଓ୍ବାଶିଂଟନ୍‌,୨।୧୦: ଆମେରିକା ଏବଂ ୟୁକ୍ରେନ ମଧ୍ୟରେ ବଢୁଥିବା ଘନିଷ୍ଠତା କାହାକୁ ଅଛପା ନାହିଁ। ଆମେରିକା ୟୁକ୍ରେନ ସର୍ବଦା ପ୍ରତି ପ୍ରତିବଦ୍ଧ ରହିଛି। ଆମେରିକା ରାଷ୍ଟ୍ରପତି କହିଛନ୍ତି, ୟୁକ୍ରେନକୁ ସମର୍ଥନ କରିବା ପାଇଁ ୱାଶିଂଟନ ପଛଘୁଞ୍ଚା ଦେବ ନାହିଁ। ଆମେରିକାର ସଂସଦରେ ସ୍ବଳ୍ପ ମିଆଦି ବିଲ ପାରିତ ହେବାର କିଛି ସମୟ ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ମନ୍ତବ୍ୟ ଦେଇଛନ୍ତି।
ବାଇଡେନ କହିଛନ୍ତି ଯେ, ମୁଁ ଆମେରିକୀୟ ଏବଂ ୟୁକ୍ରେନୀୟମାନଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ ଆପଣ ଆମର ସମର୍ଥନ ଉପରେ ଭରସା କରିପାରିବେ। ଆମେ ପଛକୁ ଫେରିବୁ ନାହିଁ। ୟୁକ୍ରେନକୁ ସମର୍ଥନ ଆମେ ଜାରି ରଖିବୁ। ମୁଁ ଆଶା କରୁଛି ମୋର ବନ୍ଧୁମାନେ ୟୁକ୍ରେନ ପାଇଁ ସମର୍ଥନ ଜଣାଇବେ। ୟୁକ୍ରେନ ପାଇଁ ଆମେରିକାର ସମର୍ଥନକୁ କୌଣସି ପରିସ୍ଥିତିରେ ବାଧା ଦେବାକୁ ଆମେ ଅନୁମତି ଦେବୁ ନାହିଁ। ୟୁକ୍ରେନ ବର୍ତ୍ତମାନ ଆକ୍ରୋଶ ଏବଂ ନିଷ୍ଠୁରତା ବିରୋଧରେ ଯୁଦ୍ଧ କରୁଛି। ତେଣୁ ଆମେ ସହାୟତା ଦେବା ଜରୁରୀ। ସୂଚନାଯୋଗ୍ୟ, ୟୁକ୍ରେନକୁ ଆମେରିକାର ସହାୟତାକୁ ନେଇ ଦେଶରେ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri