ପାକିସ୍ତାନକୁ ନୁହେଁ ଚାଇନାକୁ ବଡ ସାମରିକ ଚ୍ୟାଲେଞ୍ଜ ମାନନ୍ତି ଭାରତୀୟ, ଆମେରିକା ସାଂସଦ କହିଲେ ଏହାର କାରଣ

ଓ୍ବାଶିଂଟନ,୨୫।୪: ଆମେରିକାରେ ଥିବା ମୂଳ ଭାରତୀୟ ସାଂସଦ ରୋ ଖନ୍ନା କହିଛନ୍ତି, ଏବେ ଭାରତୀୟମାନେ ପାକିସ୍ତାନକୁ ନୁହେଁ ବରଂ ଚାଇନାକୁ ସବୁଠାରୁ ବଡ ସାମରିକ ଚ୍ୟାଲେଞ୍ଜ ବୋଲି ମାନୁଛନ୍ତି। ସେ କହିଛନ୍ତି ଆମେରିକାକୁ ଚାଇନା ସହ ତା’ର ସମ୍ପର୍କକୁ ପୁଣିଥରେ ସନ୍ତୁଳିତ କରିବା ଜରୁରୀ। ସୂଚନାଯୋଗ୍ୟ, ମେ ୨୦୨୦ରେ ପୂର୍ବ ଲଦ୍ଦାଖରେ ଭାରତ ଓ ଚାଇନାର ସେନା ମଧ୍ୟରେ ହୋଇଥିବା ସଂଘର୍ଷ ପରେ ଉଭୟ ଦେଶର ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଛି। ଭାରତ ଓ ଚାଇନା ୧୭ ରାଉଣ୍ଡର ଶୀର୍ଷ କମାଣ୍ଡର ସ୍ତରର ବୈଠକ କରି ସାରିଛନ୍ତି, ହେଲେ ଏବେବି ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଭାରତ ସ୍ପଷ୍ଟ କରି ସାରିଛି ଯେବେ ପର୍ଯ୍ୟନ୍ତ ସୀମାରେ ଶାନ୍ତି ଫେରିନି ସେବେ ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ସମ୍ପର୍କ ସାମାନ୍ୟ ହୋଇ ପାରିବ ନାହିଁ।

ପ୍ରତିଷ୍ଠିତ ଷ୍ଟାନଫୋର୍ଡ ୟୁନିଭର୍ସିଟିର ହୁବର ଇନଷ୍ଟିଚ୍ୟୁଟରେ ବିଦେଶ ନୀତି ଉପରେ ଦେଇଥିବା ସମ୍ବୋଧନରେ ରୋ ଖାନ୍ନା କହିଥିଲେ, ଆଜି ଆମକୁ ପୁଣିଥରେ ଚାଇନା ସହ ଆମର ସମ୍ପର୍କକୁ ସନ୍ତୁଳିତ କରିବା ଦରକାର। ଏଥିରେ ଆମର ଓ ଏସିଆରେ ଆମର ସହଯୋଗୀଙ୍କୁ ମିଳୁଥିବା ଚ୍ୟାଲେଞ୍ଜକୁ ନେଇ ସ୍ପଷ୍ଟତା ଆସିବ। ଆମେ ଆଶା କରୁଛି କି ଆମ କୁଟନୀତି ଓ ନେତୃତ୍ୱ ଯୋଗୁ ଏକବିଂଶ ଶତାବ୍ଦୀ ବିଂଶ ଶତାବ୍ଦୀ ଅପେକ୍ଷା କମ ହିଂସାତ୍ମକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri