ୟୁକ୍ରେନଙ୍କୁ ସାହାଯ୍ୟ ଦେବା ସପକ୍ଷରେ ନୁହେଁ ରାମସ୍ବାମୀ

ଓ୍ବାଶିଂଟନ,୨୮।୯: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ବିବେକ ରାମସ୍ବାମୀ ଏବେ ଆଲୋଚକଙ୍କ ଟାର୍ଗେଟକୁ ଆସିଯାଇଛନ୍ତି। ଯେତେବେଳେ ସେ ରିପବ୍ଲିକାନ ପାର୍ଟି ବିତର୍କ ସମୟରେ କହିଥିଲେ ଯେ ସେ ୟୁକ୍ରେନକୁ ଆର୍ଥିକ ସହାୟତା ଦେବା ବିରୁଦ୍ଧରେ ଅଛନ୍ତି ଏବଂ ରୁଷିଆ ବିରୋଧରେ ଯୁଦ୍ଧରେ ସେ ୟୁକ୍ରେନକୁ ସମର୍ଥନ କରିବେ ନାହିଁ ସେତେବେଳେ ସେ ସମସ୍ତଙ୍କ ଦୃଷ୍ଟିକୁ ଆସିଯାଇଥିଲେ।
ସୂଚନାଯୋଗ୍ୟ ଯେ ୟୁକ୍ରେନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କର ମଧ୍ୟ ସମାନ ଆଭିମୁଖ୍ୟ ରହିଛି। ତେବେ ତାଙ୍କ ଷ୍ଟାଣ୍ଡ ହେତୁ ବିବେକ ରାମସ୍ବାମୀ ରାଷ୍ଟ୍ରପତିଙ୍କ ବିତର୍କ ସମୟରେ ଅନ୍ୟ ପ୍ରାର୍ଥୀଙ୍କ ଆକ୍ରମଣର ଶିକାର ହୋଇଥିଲେ।
ସେପ୍ଟେମ୍ବର ୨୭, ବୁଧବାର କାଲିଫର୍ନିଆର ସିମି ଭ୍ୟାଲିରେ ଥିବା ରେଗାନ ଲାଇବ୍ରେରୀ ଏବଂ ସଂଗ୍ରହାଳୟରେ ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତିଙ୍କ ବିତର୍କର ଆୟୋଜନ କରାଯାଇଥିଲା। ଏହି ସମୟ ମଧ୍ୟରେ ବିବେକ ରାମସୱାମୀ ୟୁକ୍ରେନ ଯୁଦ୍ଧରେ ରୁଷିଆ ବିରୋଧରେ ଆମେରିକାର ସହାୟତାକୁ ବିରୋଧ କରିଥିଲେ। ଏହା ଉପରେ ରାମସ୍ବାମୀ ଅଲଗା ହୋଇଗଲେ ଏବଂ ଅନ୍ୟ ପ୍ରାର୍ଥୀମାନେ ଏହି ପ୍ରସଙ୍ଗରେ ରାମସ୍ବାମୀଙ୍କୁ ଆକ୍ରମଣ କରିଥିଲେ। ବିତର୍କ ସମୟରେ ପୂର୍ବତନ ଉପରାଷ୍ଟ୍ରପତି ମାଇକ ପେନ୍ସ, ନିକ୍କି ହାଲି ଏବଂ ନ୍ୟୁ ଜର୍ସିର ପୂର୍ବତନ ଗଭର୍ନର କ୍ରିସ ଖ୍ରିଷ୍ଟୀ ରାମସ୍ବାମୀଙ୍କୁ ତୀବ୍ର ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri