ପ୍ରତିରକ୍ଷା ସମ୍ପର୍କକୁ ମଜବୁତ କରିବାକୁ ୩ ଦେଶ ସହମତ, ଚାଇନା-ଉତ୍ତର କୋରିଆର ଆକ୍ରମଣାତ୍ମକ ଆଚରଣକୁ କଲେ ନିନ୍ଦା

ଓ୍ବାଶିଂଟନ୍‌,୧୯।୮: ଆମେରିକାରେ ଆୟୋଜିତ ତ୍ରିପାକ୍ଷିକ ସମ୍ମିଳନୀରେ ରାଷ୍ଟ୍ରପତି ଜୋ ବାଇଡେନ, ଦକ୍ଷିଣ କୋରିଆ ଏବଂ ଜାପାନର ନେତା ସାମିଲ ହୋଇଛନ୍ତି। ଏହି ସମୟରେ ସେ ଅର୍ଥନୈତିକ ଏବଂ ପ୍ରତିରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଚାଇନା ଏବଂ ଉତ୍ତର କୋରିଆର ଆକ୍ରମଣାତ୍ମକ ଆଚରଣକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଏହି ତିନି ଦେଶ ମିଳିତ ବିବୃତ୍ତିରେ ଚାଇନା ଏବଂ ଉତ୍ତର କୋରିଆକୁ ସମାଲୋଚନା କରିଛନ୍ତି। ଏହା ବ୍ୟତୀତ ପ୍ରତିରକ୍ଷା ସମ୍ପର୍କକୁ ଆହୁରି ମଜବୁତ କରିବାକୁ ତିନି ଦେଶ ସହମତ ହୋଇଛନ୍ତି।

ଆମେରିକାରେ ଜାପାନ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ଏକ ତ୍ରିପାକ୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମୟରେ ସେମାନେ ‘ଦ ସ୍ପିରିଟ ଅଫ କ୍ୟାମ୍ପ ଡେଭିଡ’ ନାମକ ଏକ ମିଳିତ ବିବୃତ୍ତି ଜାରି କରିଛନ୍ତି। ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ହେଉଛି ସମସ୍ତ ଲୋକ, ଅଞ୍ଚଳ ଏବଂ ବିଶ୍ୱର ସୁରକ୍ଷା ଏବଂ ସମୃଦ୍ଧତା ବୋଲି ସେ କହିଛନ୍ତି। ମିଳିତ ବିବୃତ୍ତିରେ ସେମାନେ କହିଛନ୍ତି ଯେ, ଆମେ ଆମର ଅର୍ଥନୀତିକୁ ଦୃଢ, ସ୍ଥିର ଏବଂ ସମୃଦ୍ଧ କରିବାକୁ ଚେଷ୍ଟା କରିବୁ।

ମିଳିତ ବିବୃତ୍ତିରେ ଦକ୍ଷିଣ ଚାଇନା ସାଗରରେ ବଢୁଥିବା ଚାଇନା କାର୍ଯ୍ୟକଳାପକୁ ନେଇ ତିନି ଦେଶ ଉଦ୍ବେଗ ପ୍ରକାଶ କରିଛନ୍ତି। ଏହା ସହିତ ସେ ଭାରତ ବିଷୟରେ ମଧ୍ୟ କହିଥିଲେ। ସେ କହିଛନ୍ତି ଯେ ଭାରତ ଉପରେ ଚାଇନାର ଏକପାଖିଆ କାର୍ଯ୍ୟକୁ ଆମେ ଦୃଢ ବିରୋଧ କରିବୁ। ଆମେ ଅନ୍ତର୍ଜାତୀୟ ଆଇନ ପ୍ରତି ପ୍ରତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri