ଦୈନିକ ସଂକ୍ରମଣରେ ରେକର୍ଡ କଲା ଆମେରିକା, ଗୋଟିଏ ଦିନରେ ୧୧ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ଓ୍ବାଶିଂଟନ, ୧୧।୧ : ଆମେରିକାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ନୂତନ ବିଶ୍ୱ ରେକର୍ଡ ସ୍ତରରେ ପହଞ୍ଚିଛି। ସୋମବାର ଦେଶରେ ୧୧ ଲକ୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ ସର୍ବାଧିକ ହୋଇଛି। ଏହାପୂର୍ବରୁ ଜାନୁୟାରୀ ୩ ରେ, ଆମେରିକାରେ ଗୋଟିଏ ଦିନରେ ୧୦ ଲକ୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା।

ଆମେରିକାରେ ଡାକ୍ତରଖାନାରେ ଭର୍ତ୍ତି ହେବା ସଂଖ୍ୟା ଇତିମଧ୍ୟରେ ପୂର୍ବର ରେକର୍ଡ ଭାଙ୍ଗିଛି। ଗତ ବର୍ଷ ଜାନୁଆରୀରେ ୧,୩୨,୦୫୧ ତୁଳନାରେ ଗତ ତିନି ସପ୍ତାହ ମଧ୍ୟରେ ଏହି ସଂଖ୍ୟା ଏକ ରେକର୍ଡ ସ୍ତରରେ ପହଞ୍ଚିଛି। ଜନ ହପକିନ୍ସ ୟୁନିଭରସିଟିର ତଥ୍ୟ ଅନୁଯାୟୀ ରବିବାର ଆମେରିକାରେ ମୋଟ କୋଭିଡ-୧୯ ମାମଲା ୬ କୋଟି ଛୁଇଁଛି। ଜାନୁୟାରୀ ୨୦୨୦ ଠାରୁ ଦେଶରେ ୮,୩୭,୫୯୪ ଜଣଙ୍କ ମୃତ୍ୟୁ ଘଟିଛି।

ଅତ୍ୟଧିକ ସଂକ୍ରାମକ ଓମିକ୍ରନ ଭାରିଆଣ୍ଟ୍‌ ଯୋଗୁ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢୁଛି। ତେଣୁ ଆମେରିକାର ବହୁ ଡାକ୍ତରଖାନାରେ ଅନ୍ୟ ରୋଗୀଙ୍କ ପାଇଁ ଅସ୍ତ୍ରୋପଚାର ବନ୍ଦ ରହିଛି। ପରିସଂଖ୍ୟାନ ଅନୁଯାୟୀ, ଆମେରିକାରେ ପ୍ରତିଦିନ ପ୍ରତି ୧୦ଲକ୍ଷ ଲୋକଙ୍କ ମଧ୍ୟରୁ ପ୍ରାୟ ୨,୧୩୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।

ବ୍ରିଟେନ୍‌ରେ ମହାମାରୀ ସ୍ଥିତି ସଙ୍କଟ ଜନକ ରହିଛି। ଅପରପକ୍ଷରେ, ଫ୍ରାନ୍ସରେ କୋଭିଡ -୧୯ ମାମଲାରେ ଚିନ୍ତାଜନକ ବୃଦ୍ଧି ଘଟିଛି। ସେଠାରେ ଅବସ୍ଥା ବ୍ରିଟେନ ପରି ହେବାରେ ଲାଗିଛି। ଗତ ସାତ ଦିନର ହାରାହାରୀ ରିପୋର୍ଟ ଅନୁଯାୟୀ, ଫ୍ରାନ୍ସରେ ପ୍ରତି ୧୦ଲକ୍ଷ ଲୋକଙ୍କ ମଧ୍ୟରୁ ଦୈନିକ ୪,୦୦୦ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri