ଆମେରିକା ସାଂସଦଙ୍କ ବଡ ବୟାନ: ଚାଇନା ବିରୋଧରେ ଆମେରିକାକୁ ଯେଉଁ ସହଯୋଗ ଦରକାର, ସେଥିପାଇଁ ଭାରତ ଏକଦମ ଠିକ୍‌

ୱାଶିଂଟନ,୨୮ ।୨: ଆମେରିକାର ବରିଷ୍ଠ ସିନେଟର ଚକ ଶୁମର କହିଛନ୍ତି, ଚାଇନା ବିରୋଧରେ ଆମେରିକାକୁ ଯେଉଁଭଳି ସହଯୋଗର ଆବଶ୍ୟକତା ରହିଛି ଭାରତ ସେହି ଭୂମିକା ପାଇଁ ଏକଦମ ଠିକ୍ । ଶୁମର ଦାବି କରିଛନ୍ତି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର କମ୍ୟୁନିଷ୍ଟ ପାର୍ଟିର ଅଧିନାୟକବାଦ ବିରୋଧରେ ବିଶ୍ୱକୁ ୨ଟି ବଡ ଲୋକତନ୍ତ୍ର ସହ କାମ କରିବାର ଆବଶ୍ୟକତାକୁ କହି ସାରିଛନ୍ତି । ସୂଚନାଯୋଗ୍ୟ, ନିକଟରେ ଆମେରିକାର ସିନେଟର୍ସଙ୍କ ଏକ ପ୍ରତିନିଧିମଣ୍ଡଳ ଭାରତ, ପାକିସ୍ତାନ, ଜର୍ମାନୀ ଓ ଇସ୍ରାଏଲ ଗସ୍ତରେ ଆସି ଆମେରିକା ଚାଲି ଯାଇଥିଲେ । ଚକ ଶୁମର ହିଁ ଏହି ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇଥିଲେ ।

ଚକ ଶୁମର କହିଛନ୍ତି, ଆମକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି, ଯେଉଁଥିରେ ଭାରତ ଓ ଆମେରିକାକୁ ଚାଇନା ବିରୋଧରେ ପରସ୍ପର ସହ ସହଯୋଗର ଆବଶ୍ୟକତା ରହିଛି । ଭାରତ ବିଶ୍ୱର ସବୁଠାରୁ ବଡ ଲୋକତନ୍ତ୍ର ଓ ଭାରତ ଏକ ଯୁବା ଦେଶ ଆଉ ଆଗାମୀ ଦିନରେ ଏହା ଦ୍ରୁତ ଗତିରେ ବିକାଶ କରିବ । ଶୁମର କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲି, ଯଦି ଆମର ଲୋକତନ୍ତ୍ରକୁ ଚଳିତ ଶତାବ୍ଦିରେ ଏକାଠି ସମୃଦ୍ଧ ହେବାର ଅଛି ତେବେ ଆମକୁ ଏକାଠି ମିଶି କାମ କରିବାକୁ ପଡିବ । ଆମକୁ ନା ବେକଳ ଆମ ପ୍ରତିରକ୍ଷା ସହଯୋଗକୁ ମଜଭୁତ କରିବାକୁ ପଡିବ ବରଂ ଆମର ଆର୍ଥିକ ସମ୍ପର୍କ ଓ ବ୍ୟବସାୟ ସହଯୋଗକୁ ବଢାଇବାକୁ ପଡିବ ।
ଆମେରିକା ସାଂସଦ ବି ଟେକନିକରେ ଭାରତ ସହ ସହଯୋଗକୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି । ସେ କହିଛନ୍ତି ଉଭୟ ଦେଶ ଏକାଠି ମିଶି ଭବିଷ୍ୟତର ଟେକନିକର ନିୟମ ଓ ସର୍ତ୍ତ ନିର୍ଦ୍ଧାରିତ କରିବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri