ଶିଖ କର୍ମୀଙ୍କୁ ଦାଢି ରଖିବାକୁ ବାରଣ କରିଥିଲା ପୋଲିସ, ବାଇଡେନ ସରକାର ସାମ୍ନାରେ ଅସନ୍ତୋଷ ବ୍ୟକ୍ତ କଲା ଭାରତୀୟ ଦୂତାବାସ

ଓ୍ବାଶିଂଟନ,୧୧।୮: ଆମେରିକାର ନ୍ୟୁୟର୍କରେ ଜଣେ ଶିଖ ପୋଲିସ ଦାଢି ରଖିବାକୁ ବାରଣ କରିବା ପରେ ବିବାଦ ଲାଗି ରହିଛି। ଯାହା ଉପରେ ୱାଶିଂଟନରେ ଥିବା ଭାରତୀୟ ଦୂତାବାସ ଆପତ୍ତି ଉଠାଇଛି। ଆମେରିକାର ସାଂସଦମାନେ ମଧ୍ୟ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଏବଂ ଏହାକୁ ଧାର୍ମିକ ଭେଦଭାବ ବୋଲି କହିଛନ୍ତି। ସୂଚନାଯୋଗ୍ୟ ଯେ ନ୍ୟୁୟର୍କ ପୋଲିସ ବିଭାଗର ଜଣେ କର୍ମଚାରୀ ଚରଣଜୋତ ତିୱାନା ଗତ ବର୍ଷ ମାର୍ଚ୍ଚରେ ତାଙ୍କ ବିବାହ ପାଇଁ ଦାଢି ବଢାଇବାକୁ ଦାବି କରିଥିଲେ। ତେବେ ଗ୍ୟାସ ମାସ୍କ ପିନ୍ଧିଥିବା ବେଳେ ଦାଢି ବଢାଇବା ତାଙ୍କ ସୁରକ୍ଷାକୁ କ୍ଷତି ପହଞ୍ଚାଇପାରେ ବୋଲି କହି ବିଭାଗ ତାଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରିଛି।

ଏହା ଉପରେ ଭାରତୀୟ ଦୂତାବାସର ଅଧିକାରୀମାନେ ନ୍ୟୁୟର୍କ ଷ୍ଟେଟ ଗଭର୍ନରଙ୍କ ସହ ଆଲୋଚନା କରିଥିଲେ। ଏଥି ସହିତ ଭାରତୀୟ ରାଷ୍ଟ୍ରଦୂତ ତାରନଜିତ ସିଂ ସଂନ୍ଧୁ ବାଇଡେନ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ମାମଲା ବଢିବା ସହ ନ୍ୟୁୟର୍କ ରାଜ୍ୟ ପୋଲିସ ଏବଂ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଏକ ବୟାନ ଜାରି କରି କହିଛି ଯେ ସେମାନେ ଏହି ପ୍ରସଙ୍ଗରେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ନ୍ୟୁୟର୍କ ଆସେମ୍ଲିର ସଦସ୍ୟ ଡେଭିଡ ୱେପ୍ରିନ ପୋଲିସ ବିଭାଗ ଦ୍ୱାରା ଚରଣଜିତ ତିୱାନାଙ୍କ ଦାବିକୁ ଗ୍ରହଣ ନ କରିବା ନେଇ ଉଦବେଗ ପ୍ରକାଶ କରିଥିଲେ ଏବଂ ଏହାକୁ ଧାର୍ମିକ ଭେଦଭାବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?