ଗୁଳିମାଡ଼ରେ ସମିତି ସଭ୍ୟାଙ୍କ ସ୍ବାମୀ ମୃତ

ବେଲପଡା, ୨୮ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ବାଗଡୋର ପଞ୍ଚାୟତର ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ବାମୀ ଲୋକନାଥ ବିଶ୍ୱାଳ(୪୫) ସୋମବାର ସନ୍ଧ୍ୟାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ବନମାଲସ୍ଥିତ ବାସଭବନ ସମ୍ମୁଖରେ ସ୍ତ୍ରୀଙ୍କ ସହ ବସିଥିବା ବେଳେ ଏକ ବାଇକ୍‌ରେ ଆସି ୨ଜଣ ଦୁର୍ବୃତ୍ତ ଲୋକନାଥଙ୍କ ଉପରକୁ ଅତର୍କିତ ଗୁଳିମାଡ଼ କରିଥିଲେ। ପରେ ଅନ୍ଧାରର ସୁଯୋଗ ନେଇ ସେମାନେ ବାଇକ ସହ ସେଠାରୁ ଲାଠୋର ରାସ୍ତାରେ ଦ୍ରୁତଗତିରେ ଖସି ପଳାଇଥିଲେ। ଗୁରୁତର ଅବସ୍ଥାରେ ଲୋକନାଥଙ୍କୁ ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ଛାତିରେ ଗୁଳିମାଡ଼ ହୋଇଥିବା ଡାକ୍ତର ଅମର ମିଶ୍ର କହିଛନ୍ତି। ମୃତ୍ୟୁ ପୂର୍ବରୁ ଲୋକନାଥ ଗଁାର ଗିରିଧାରୀ ଓ ବସୁଙ୍କ ନାମ ନେଇଥିଲେ। ଏମାନଙ୍କ ସହ ଲୋକନାଥଙ୍କର ପୂର୍ବ ଶତ୍ରୁତା ଥିବା କୁହାଯାଉଛି। ମାଓବାଦୀ ଉପଦ୍ରୁତ ଅଞ୍ଚଳ ହୋଇଥିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚିନାହିଁ। ସବିଶେଷ ଖବର ଅନୁସାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଲାଠୋରଠାରେ କାବୁ କରିଛି। ତେବେ କାବୁ କରିବା ପୂର୍ବରୁ ଅଭିଯୁକ୍ତମାନେ ଖସିଯିବା ପାଇଁ ଗୁଳିଚାଳନା କରିଥିବା ଜଣାପଡିଛି। ତଦନ୍ତରେ ବାଧା ଉପୁଜିବା ସମ୍ଭାବନା ଥିବାରୁ ଅଭିଯୁକ୍ତଙ୍କ ସମ୍ପର୍କରେ କିଛି କହିବାକୁ ମନା କରି ଦେଇଛନ୍ତି ବେଲପଡା ଥାନା ଆଇଆଇସି ବୁଲୁ ମୁଣ୍ଡା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri